କୋର୍ଟରେ ବିଦ୍ୟାଭାରତୀଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବହୁଚର୍ଚ୍ଚିତ ଏସିଏଫ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା ।  ପୁଣି ଆସିଛି ନୂଆ ମୋଡ଼ । ଦୀର୍ଘ ଦିନର ନିରବତା ପରେ ଏବେ ଚର୍ଚ୍ଚାକୁ ଆସିଛନ୍ତି ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା । ପାରଳାଖେମୁଣ୍ଡି ଏସଡିଜେଏମ୍ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି ବିଦ୍ୟାଭାରତୀ । ଅନ୍ୟପଟେ ଏହି ମାମଲାରେ ଆଗୁଆ ଜାମିନ ଆବେଦନକୁ ନେଇ ହାଇକୋର୍ଟରେ ମଧ୍ୟ ଶୁଣାଣି ହୋଇଛି । ହେଲେ ବିଦ୍ୟାଭାରତୀଙ୍କୁ ଅନ୍ତରୀଣ ସୁରକ୍ଷା ଦେବାକୁ ମନା କରିଦେଇଛନ୍ତି ଉଚ୍ଚ ନ୍ୟାୟାଳୟ ।

ଗତ ୩୧ ତାରିଖରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟ ଖାରଜ କରିଥିଲେ। ଏହାପରେ ସେ ଆତ୍ମସମର୍ପଣ କରିଛନ୍ତି। ମାମଲାର ତଦନ୍ତ ସମ୍ପର୍କିତ କେସ୍ ଡାଏରି ଦାଖଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଛୁଟି ପରେ ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ତେଣୁ ଏବେ ଏହି ମାମଲାର ପରବର୍ତ୍ତୀ ଆଇନଗତ ପ୍ରକ୍ରିୟା ଉପରେ ସମସ୍ତଙ୍କ ନଜର । ପୂର୍ବରୁ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା କୋର୍ଟରେ ଆତ୍ମସମର୍ପଣ କରିବା ପରେ ଜେଲ୍ ଯାଇଛନ୍ତି। ସେହିପରି ସୌମ୍ୟଙ୍କ ବାପାଙ୍କ ଅଭିଯୋଗରେ ଗତ ସେପ୍ଟେମ୍ବରରେ ଗିରଫ ହୋଇଥିଲେ ତତ୍କାଳୀନ ରୋଷେୟା ମନ୍ମଥ କୁମ୍ଭ। ବିଦ୍ୟାଭାରତୀଙ୍କ ସମେତ ସଂଗ୍ରାମ ବେହେରା ଓ ମନ୍ମଥ କୁମ୍ଭଙ୍କ ନାଁରେ ଅଭିଯୋଗ କରିଥିଲେ ସୌମ୍ୟଙ୍କ ବାପା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖୋଲିଲା ବାଲିମେଳା ଗେଟ୍ 🔴 କୋର୍ଟରେ ବିଦ୍ୟାଭାରତୀଙ୍କ ଆତ୍ମସମର୍ପଣ 🔴 ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ଖୋଲିଲା ବାଲିମେଳା ଗେଟ୍ 🔴 କୋର୍ଟରେ ବିଦ୍ୟାଭାରତୀଙ୍କ ଆତ୍ମସମର୍ପଣ 🔴 ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ