Before Header

ଗିରଫ ହୋଇପାରନ୍ତି ବିଦ୍ୟାଭାରତୀ

0 33

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କ ବିରୋଧରେ ଗିରଫ ପରୱାନ। ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ଡିଏଫଓ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ ଗିରଫ ପରୱାନ ଜାରି ହୋଇଛି। ୩ ଜଣଙ୍କ ନାଁରେ ୱାରେଣ୍ଟ ଜାରି କରିଛନ୍ତି ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟ। ଆସନ୍ତା ଜୁଲାଇ ୭ ତାରିଖରେ ହାଜର କରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ମାମଲା ଖାରଜ ପାଇଁ ହୋଇଥିବା ଆବେଦନକୁ ଅଗ୍ରାହ୍ୟ କରିଛନ୍ତି କୋର୍ଟ। ୨୦୨୧ ଜୁଲାଇ ୧୨ ତାରିଖରେ ପାରଳାଖେମୁଣ୍ଡିର ଏସିଏଫ୍‌ଙ୍କ ମୃତ୍ୟୁ ଘଟିଥିଲା।

Leave A Reply

Your email address will not be published.