Masthead

ଭିଜିଲାନ୍ସ ହାତରେ ପୁଳାପୁଳା କଳାଟଙ୍କା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶା କ’ଣ କଳାଧନର ପେଣ୍ଠସ୍ଥଳ । ଭିଜିଲାନ୍ସ ଟାର୍ଗେଟରେ ଏବେ ସରକାରୀ ବାବୁ । ଆଜି ଆଉ ଜଣେ ସରକାରୀ ବାବୁଙ୍କ ଘରେ ରେଡ଼୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରର ଆର ଆଣ୍ଡ ବି ଡିଭିଜନ-୫ ସହକାରୀ ନିର୍ବାହୀ ଯନ୍ତ୍ରୀ ସାରଦା ପ୍ରସାଦ ଗୌଡ଼ଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି। ଏକକାଳୀନ ୫ଟି ସ୍ଥାନରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି ।
ଭୁବନେଶ୍ୱର ଗଙ୍ଗନଗରରେ ଥିବା ୩ ମହଲା କୋଠା, ଗଞ୍ଜାମ ବଡ଼ଗଡ଼ରେ ଥିବା ପୈତୃକ ଘର, ସୋରଡ଼ାରେ ଥିବା ଶ୍ୱଶୁର ଘର, ଗଞ୍ଜାମ ବଡ଼ଗଡ଼ରେ ଥିବା ଅନ୍ୟ ଏକ ଘର ଓ ଭୁବନେଶ୍ୱରରେ ଥିବା ଅଫିସରେ ଏକକାଳୀନ ଚଢ଼ଉ କରିଛି ଭିଜିଲାନ୍ସ ।
ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ କୋର୍ଟରେ ଥିବା କେସ୍ ଆଧାରରେ ଏହି ଚଢଉ କରାଯାଇଛି । ଭିଜିଲାନ୍ସର ୧୫ଟି ଟିମ୍‌ ଏହି ରେଡ୍‌ରେ ସାମିଲ ହୋଇଛନ୍ତି । ଚଢଉ ସମୟରେ କେତେ ଆୟବହିର୍ଭୂତ ସଂପତ୍ତି ଜବତ ହୋଇଛି ସେ ନେଇ ସୂଚନା ମିଳିପାରିନାହିଁ ।
ସେହିପରି ଗତକାଲି ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ଜିପିଏଚ ଡିଭିଜନ-୨ର ସହକାରୀ ନିର୍ବାହୀଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ । ତାଙ୍କର ମଧ୍ୟ ରାଜଧାନୀ ଭୁବନେଶ୍ୱରରେ ପାଞ୍ଚ ପାଞ୍ଚଟି କୋଠା । ୬କୋଟି ୫୩ଲକ୍ଷ ୮୬ହଜାର ୭୧୦ ଟଙ୍କାର ସମ୍ପତ୍ତି ଥିବା ବେଳେ ରହିଛି ୪କୋଟି ୪ଲକ୍ଷ ୨୮ହଜାର ଟଙ୍କାର ଏକ ଆପାର୍ଟମେଣ୍ଟ । କରୋନା ମହାମାରୀ ସମୟରେ ଭିଜିଲାନ୍ସ ବିଭାଗର ନିଦ ଭାଙ୍ଗିଛି ବୋଲି ଚର୍ଚ୍ଚା ହେଉଛି । ତେବେ ସରକାରୀ ବାବୁଙ୍କ ଘରେ ଏତେ ସମ୍ପତ୍ତି ଆସୁଛି କେଉଁଠି ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।
କେତେବେଳେ ଅଧ୍ୟାପକଙ୍କ ଘରେ ରେଡ୍ ତ ଆଉ କେତେବେଳେ ଯନ୍ତ୍ରୀଙ୍କ ଘରେ। ଗୋଟିଏ ପରେ ଗୋଟିଏ ସଫଳତା ହାସଲ କରିବାରେ ଲାଗିଛି ଭିଜିଲାନ୍ସ ବିଭାଗ । ତେବେ ପ୍ରଶ୍ନ ହେଉଛି ପୂର୍ବରୁ ଭିଜିଲାନ୍ସ ବିଭାଗ କାହିଁକି ଚୁପ୍ ବସିଥିଲା, ଆଉ ବର୍ତ୍ତମାନ ଫୁଲ୍ ଦମରେ ଲାଗିପଡିଛନ୍ତି ଅଧିକାରୀମାନେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଳଙ୍ଗା ଘଟଣାକୁ ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ 🔴 ଏମ୍ସରେ ବିକ୍ଷୋଭ ମନା 🔴 ଛାତ୍ରୀଙ୍କ ପାଇଁ ଆସିଲା ‘ଶକ୍ତିଶ୍ରୀ’ ଯୋଜନା 🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ 🔴 ଅଧ୍ୟାପକଙ୍କ ନାମରେ ଅଭିଯୋଗ ଆଣିଲେ ଛାତ୍ର 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଜାରୀ ହେଲା ମହିଳା ସହାୟତା ନଂ ୧୮୧ 🔴 ବଳଙ୍ଗା ଘଟଣାକୁ ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ 🔴 ଏମ୍ସରେ ବିକ୍ଷୋଭ ମନା 🔴 ଛାତ୍ରୀଙ୍କ ପାଇଁ ଆସିଲା ‘ଶକ୍ତିଶ୍ରୀ’ ଯୋଜନା 🔴 ନାବାଳିକାଙ୍କ ଶରୀର ୭୦ ପ୍ରତିଶତ ପୋଡ଼ିଛି ! 🔴 ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ, ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ 🔴 ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବ କ୍ରାଇମବ୍ରାଞ୍ଚ 🔴 ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ 🔴 ଅଧ୍ୟାପକଙ୍କ ନାମରେ ଅଭିଯୋଗ ଆଣିଲେ ଛାତ୍ର 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଜାରୀ ହେଲା ମହିଳା ସହାୟତା ନଂ ୧୮୧