Masthead

ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆଉ ଜଣେ ବାବୁ । ବ୍ରହ୍ମପୁର ଆର ଆଣ୍ଡ ବି ଡିଭିଜନ ଏଇଇଙ୍କ ଘରେ ଭିଜିଲାନ୍ସ ରେଡ୍ । ସହକାରୀ କାର୍ୟ୍ୟନିର୍ବାହୀ ଯନ୍ତ୍ରୀ ଏନ୍‌.ଦିଲ୍ଲୀପ ଚୌଧୁରୀଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍‌ । ବ୍ରହ୍ମପୁର ଓ ଭୁବନେଶ୍ବର ସମେତ ଏକକାଳୀନ ୪ଟି ସ୍ଥାନରେ ଚାଲିଛି ରେଡ୍‌ । ବ୍ରହ୍ମପୁର ଧର୍ମନଗର, ମୟୂରୀ ବିହାର ସ୍ଥିତ ଘର ସହ ଅଫିସରେ ରେଡ୍ କରାଯାଉଛି ।

୩ ଜଣ ଡିଏସଏସପି, ୭ ଜଣ ଇନ୍ସପେକ୍ଟରଙ୍କ ନେତୃତ୍ୱରେ ଗଠିତ ଟିମ୍ ଏହି ଚଢାଉ କରିଛି । ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଏନ୍‌.ଦିଲ୍ଲୀପଙ୍କ ବାସଭବନ ସମେତ ଅନେକ ସ୍ଥାନରେ ରେଡ୍ ଚାଲିଛି । ବ୍ରହ୍ମପୁରର ଧର୍ମନଗର ସ୍ଥିତ ସ୍ପେକ୍ଟ୍ରମ୍ ରୟାଲ୍ ଠାରେ ଥିବା ଏକ ୨ ବିଏଚକେ ଫ୍ଲାଟ୍, ବ୍ରହ୍ମପୁରର ମୟୁରୀ ବିହାରରେ ଗୋଟିଏ ଦୁଇ ମହଲା ଘର, ବ୍ରହ୍ମପୁରର ଆର୍ ଆଣ୍ଡ୍ ବି ଡିଭିଜନ-୧ରେ ତାଙ୍କ ଅଫିସ୍‌ ଏବଂ ଭୁବନେଶ୍ୱରର ସହିଦ ନଗରରେ ଥିବା ଇଭୋସ୍ ଏକ୍ସୋଟିକା ଆପାର୍ଟମେଣ୍ଟରେ ଗୋଟିଏ ୩ ବିଏଚକେ ଫ୍ଲାଟ୍‌ରେ ଏକକଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା