Masthead

ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ RWର ମୁଖ୍ୟଯନ୍ତ୍ରୀ । ଅନୁଗୁଳ RW ଡିଭିଜନ ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡଙ୍ଗୀଙ୍କ ଘରେ ଚାଲିଛି ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ଭୁବନେଶ୍ୱର, ପୁରୀ, ଅନୁଗୁଳର ୭ଟି ସ୍ଥାନରେ ଚାଲିଛି ରେଡ୍ । ଅନୁଗୁଳ କାରଡାଗାଡ଼ିଆସ୍ଥିତ ବାସଭବନ, ଲକେଇପସି, ମାଟିଆସାହି ଏବଂ ଶିକ୍ଷକପଡ଼ାରେ ଚାଲିଛି ରେଡ ।

ଢେଙ୍କାନାଳ ଦୁର୍ନୀତି ନିବାରଣ ବିଭାଗର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ ପୋଲିସ ଅନୁଷ୍କା ସେନାପତିଙ୍କ ନେତୃତ୍ୱରେ ଅନୁଗୁଳ ଜିଲ୍ଲାର ୪ଟି ସ୍ଥାନରେ ଚଢ଼ାଉ କରିଛି । ରେଡ୍ ବେଳେ ଘରୁ ପୁଳାପୁଳା ଟଙ୍କା ମିଳିଥିବା ସୂଚନା ମିଳିଛି । କରଡ଼ାଗାଡ଼ିଆରୁ କୋଟିଏ ୪୦ ଲକ୍ଷ ଟଙ୍କା ନଗଦ ବର୍ତ୍ତମାନ ସୁଦ୍ଧା ମିଳିଥିବା ଜଣା ପଡ଼ିଛି । ତେବେ ଯାହା ଜଣାପଡିଛି ଆଉ କିଛି ଦିନ ପରେ ତାଙ୍କର ଚାକିରି କାର୍ୟ୍ୟକାଳ ସରିଥାନ୍ତା । ହେଲେ ଅବସର ପୂର୍ବରୁ ମାଡିବସିଛି ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ