Masthead

ଭିଜିଲାନ୍ସ ଜାଲରେ ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ ଶତପଥୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଥାନାବାବୁ । ଟଙ୍କା ନେଇ ବସରେ ଯାଉଥିବାବେଳେ ମାଡ଼ି ବସିଲା ଭିଜିଲାନ୍ସ । ବୌପାରିଗୁଡ଼ା ଆଇଆଇସି ସୁଶାନ୍ତ ଶତପଥୀଙ୍କ ପାଖରୁ ଜବତ ହୋଇଛି ବିଡ଼ା ବିଡ଼ା ଟଙ୍କା । ସୁଶାନ୍ତ ଗତକାଲି ରାତିରେ କଟକ ସ୍ଥିତ ନିଜ ଘରକୁ ବସ୍‌ରେ ଯାଉଥିବାବେଳେ ଜୟପୁର ସ୍ଥିତ ଟାଙ୍କୁଆ ନିକଟରେ ଥାନା ଅଧିକାରୀଙ୍କୁ ଧରିଥିଲା ଭିଜିଲାନ୍ସ। ଏକ ଘରୋଇ ବସରେ କଟକ ଆସୁଥିଲେ ଥାନା ଅଧିକାରୀ । ଯାଞ୍ଚ ବେଳେ ସୁଶାନ୍ତଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଏହାସହ ବୈପାରୀଗୁଡା ଥାନାରେ ଥିବା ସୁଶାନ୍ତଙ୍କ ଚାମ୍ବରରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଛି । ଘରେ ଚଢାଉ ବେଳେ ୩ ଲକ୍ଷ ଟଙ୍କା ଜବତ ହୋଇଛି । ଏହିଭଳି ମୋଟ ସାଢେ ୭ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍ । ଆଜି ମଧ୍ୟ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆଜି କଟକ ବକ୍ସିବଜାର ସ୍ଥିତ କ୍ୱାର୍ଟର୍ସରୁ ୨୫ ଲକ୍ଷ ମିଳିଥିବା ସୂଚନା ମିଳିଛି । ଏହାସହ ସୁଶାନ୍ତଙ୍କୁ ଭିଜିଲାନ୍ସ ଟିମ୍ ଅଟକ ରଖି ପଚରାଉଚରା କରୁଛି।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ