କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ ଟଙ୍କା ନେଇ ଯିବା ସମୟରେ ଖବରପାଇ ଭିଜିଲାନ୍ସ ଟିମ୍‌ ତାଙ୍କୁ ପିଛା କରିଥିଲା। ସମ୍ବଲପୁର ରେଳ ଷ୍ଟେଶନ ନିକଟରେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରି ଯାଞ୍ଚ କରିବା ପରେ ଲାଞ୍ଚ ଟଙ୍କା ଜବତ କରାଯାଇଥିଲା। ଏହି ଟଙ୍କାର ଉତ୍ସ ସମ୍ପର୍କରେ ଭିଜିଲାନ୍ସ ପଚାରିଥିଲେ ମଧ୍ୟ ସେ ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ଏହାପରେ ଭଜିଲାନ୍ସ ତାଙ୍କୁ ଉଠାଇ ନେବା ସହ ସମ୍ବଲପୁର, ଭଞ୍ଜନଗର, ଗଞ୍ଜାମ ଏବଂ ଭୁବନେଶ୍ୱରରେ ଥିବା ତାଙ୍କ ବାସଭବନରେ ଏକକାଳୀନ ଚଢାଉ କରାଯାଇଥିଲା।

ଏହି ଚଢ଼ାଉ ବେଳେ ତାଙ୍କର ଭୁବନେଶ୍ୱର ରସୁଲଗଡ଼ରେ ଥିବା ଘରୁ ନଗଦ ୫ଲକ୍ଷ ୪୧ ହଜାର ଟଙ୍କା ଜବତ କରାଯାଇଥିବାବେଳେ ଚନ୍ଦ୍ରଶେଖରପୁରସ୍ଥିତ ଭଉଣୀଙ୍କ ଘରୁ ୩୪.୮୧ ଲକ୍ଷ ଟଙ୍କା ଜବତ କରାଯାଇଛି। ଭିଜିଲାନ୍ସ ସମୁଦାୟ ତାଙ୍କଠାରୁ ୪୫ ଲକ୍ଷ ୪୧ ହଜାର ଟଙ୍କା ଜବତ କରିଛି। ଭିଜିଲାନ୍ସ ଟିମ୍‌ ତାଙ୍କ ବ୍ୟାଙ୍କ୍‌ ବାଲାନ୍ସ ଏବଂ ଲକର ଯାଞ୍ଚ କରୁଥିବା ବେଳେ କଳାଧନର ପରିମାଣ ବଢିବ ବୋଲି ଭିଜିଲାନ୍ସ କହିଛି। ବଡ଼ କଥା ହେଲା ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ବିଦ୍ୟୁତ୍‌ଙ୍କ ଭଉଣୀଙ୍କ ବାସଭବନରୁ ୭୦ଟି ୫୦୦ ଟଙ୍କିଆ ନୋଟ ଏକ ଟିଣ ବାକ୍ସରୁ ମିଳିଥିଲା।

ମ୍ୟାନେଜରଙ୍କ ୨୯ ଟି ପ୍ଲଟ ଠାବ ହୋଇଛି । ବାବୁଙ୍କର ଖୋର୍ଦ୍ଧା ଜଟଣି, ବ୍ରହ୍ମପୁର ଏବଂ ଅନ୍ୟାନ୍ୟ ସ୍ଥାନରେ ୨୯ଟି ପ୍ଲଟ୍ ଠାବ ହୋଇଛି । ୨ଟି ବହୁ ମହଲା କୋଠା,  ଭୁବନେଶ୍ୱରର କଳିଙ୍ଗ ବିହାରରେ ଏକ ଫ୍ଲାଟ୍ ଠାବ ହୋଇଛି । ତାଙ୍କ ଘରୁ ୧ କିଲୋ ୧୪୦ ଗ୍ରାମ୍ ସୁନା ମିଳିଛି । ଯେଉଁଥିରେ ୬ଟି ସୁନା ମୁଦ୍ରା ଏବଂ ୨ଟି ସୁନା ବିସ୍କୁଟ୍ ରହିଛି । ଏଥିସହ ୪୮ ଲକ୍ଷ ୭୯ ହଜାର ୧୦୦ ନଗଦ ଟଙ୍କା ଆଦି ଜବତ କରିଛି ଭିଜିଲାନ୍ସ । ଏବେବି ଭଜିଲାନ୍ସ ପକ୍ଷରୁ ଅଧିକ ତଦନ୍ତ ଖୋଜାଖୋଜି ଜାରି ରହିଛି । ବିଦ୍ୟୁତ ରଞ୍ଜନ ଭୋଳଙ୍କୁ ଭୁବନେଶ୍ୱର ଆଣି ଅଧିକ ଖୋଜାଖୋଜି କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ୱାରେଣ୍ଟ ଆଧାରରେ ବିଦ୍ୟୁତ ଭୋଳଙ୍କୁ ସମ୍ବଲପୁର ରେଲ ଷ୍ଟେସନରୁ ଧରିଥିଲା ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!