Masthead

ରାସ୍ତାରେ ଧାନ ରୋଇ ଗ୍ରାମବାସୀଙ୍କ ଅଭିନବ ପ୍ରତିବାଦ

ବିଞ୍ଝାରପୁର(ବଡ଼ ଖବର ବ୍ୟୁରୋ): ଅଭିନବ ପ୍ରୟାସରେ ପ୍ରତିବାଦ । ଯାଜପୁର ଜିଲ୍ଲା ବିଂଝାରପୁର ଥାନା ଅନ୍ତର୍ଗତ ଅଙ୍ଗାଲୋ ପଞ୍ଚାୟତର ବୋଇତାଳୁ ପାଟଣା ଗ୍ରାମର କାଣୀ ନଈ ବନ୍ଧ ରାସ୍ତାଟି ଗତ ବର୍ଷ ବନ୍ୟାରେ ଭାଙ୍ଗି ଯାଇଥିଲା। ତେବେ ବନ୍ୟାକୁ ବର୍ଷେ ପୁରି ଯାଇଥିଲେ ମଧ୍ୟ ଏପର୍ୟ୍ୟନ୍ତ ରାସ୍ତା ମରାମତି ହୋଇ ପାରିନାହିଁ। ଏହି ରାସ୍ତା ଉପରେ ପାଖା ପାଖି ୪ ଟି ପଞ୍ଚାୟତର ଲୋକେ ନିର୍ଭର କରୁଥିବା ବେଳେ ରାସ୍ତାର ଏଭଳି ଅବସ୍ଥା ଯୋଗୁଁ ଲୋକମାନେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବାରମ୍ବାର ପ୍ରଶାସନର ଦ୍ବାରସ୍ଥ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ।

ସବୁଠାରୁ ଗୁରୁତ୍ଵପୂର୍ଣ୍ଣ ବିଷୟ ହେଉଛି ଏହା ବରୀ ବିଧାୟିକା ସୁନନ୍ଦା ଦାସଙ୍କ ନିଜ ପଞ୍ଚାୟତ। ଯଦି ବିଧାୟିକାଙ୍କ ନିଜ ପଞ୍ଚାୟତର ଅବସ୍ଥା ଏଭଳି ତାହେଲେ ସମଗ୍ର ନିର୍ବାଚନ ମଣ୍ଡଳୀର ଅବସ୍ଥା କିପରି ହୋଇଥିବ ତାହା ସହଜେ ଅନୁମେୟ। ତେଣୁ କରି ଗ୍ରାମ ଲୋକମାନେ ଆଜି ଅଭିନବ ଉପାୟରେ କାଦୁଅ ରାସ୍ତା ଉପରେ ଧାନ ଗଛ ଲଗାଇ ପ୍ରଶାସନ କୁ ନିଜ ଦୁଃଖ ଜଣାଇଛନ୍ତି। ଯଦି ଆଗାମୀ ଦିନରେ ସମସ୍ୟାର ସମାଧାନ କରା ନ ଯାଏ ତେବେ ଜିଲ୍ଲାପାଳଙ୍କ କାର୍ୟ୍ୟାଳରେ ସମ୍ମୁଖରେ ଗଣ ଧାରଣା ଦେବାକୁ ଗ୍ରାମବାସୀ ମାନେ ଚେତାବନୀ ଦେଇଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ