Masthead

ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ ହେଲେ ଭିନେଶ ଫୋଗାଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ବଡ ଝଟକା ଲାଗିଛି । ଭାରତର ଷ୍ଟାର କୁସ୍ତିଯୋଦ୍ଧା ଭିନେଶ ଫୋଗାଟଙ୍କ ସ୍ୱର୍ଣ୍ଣ ଜିତିବା ସ୍ୱପ୍ନ ଭାଙ୍ଗିଗଲା । ଓଜନ ଅଧିକ ହେବାରୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି ଭିନେଶ ଫୋଗାଟ । ପ୍ୟାରିସ ଅଲିମ୍ପିକ୍ସରେ ଫାଇନାଲରେ ଲଢିଥାନ୍ତେ ଭିନେଶ । କିନ୍ତୁ ୫୦ କେଜିରୁ ମାତ୍ର ୧୦୦ ଗ୍ରାମ ଅଧିକ ହୋଇଥିବାରୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି । ଏବେ ସେ ଏଥିପାଇଁ ଆବେଦନ କରିବା ଅଧିକାର ମଧ୍ୟ ହରାଇଛନ୍ତି । ମଙ୍ଗଳବାର ୩ଟି ମୁକାବିଲା ଜିତି ଭିନେଶ ଫାଇନାଲରେ ପ୍ରବେଶ କରି ଭାରତୀୟ କ୍ରୀଡାପ୍ରେମୀଙ୍କ ମନରେ ସ୍ୱର୍ଣ୍ଣ ଆଶା ସଂଚାର କରିଥିଲେ । ସେମିଫାଇନାଲରେ ସେ କ୍ୟୁବାର ଗୁଜମାନ ଲୋପେଜିଙ୍କୁ ୫-୦ରେ ପରାସ୍ତ କରିଥିଲେ । ଏହା ପୂର୍ବରୁ ଅପରାଜେୟ ବିବେଚନା କରାଯାଉଥିବା ଅଲିମ୍ପିକ ସ୍ୱର୍ଣ୍ଣ ପଦକ ବିଜେତା ଜାପାନର ୟୁଇ ସୁସାକୀଙ୍କୁ ପରାସ୍ତ କରିଥିଲେ । ଏଥିସହ ତାଙ୍କର ଅଲିମ୍ପିକ୍ସ ପଦକ ହାସଲ ଆଶା ମଧ୍ୟ ମଉଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ପ୍ରଧାନମନ୍ତ୍ରୀଙ୍କ ୪ ଦିନିଆ ମାଲଦ୍ୱୀପ ଏବଂ ୟୁକେ ଗସ୍ତ 🔴 ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ 🔴 ଚାଇନା ନାଗରିକଙ୍କୁ ମିଳିବ ଭାରତର ପର୍ଯ୍ୟଟନ ଭିଜା 🔴 ସହଯୋଗର ହାତ ବଢ଼ାଇବ ଭାରତ 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ପ୍ରଧାନମନ୍ତ୍ରୀଙ୍କ ୪ ଦିନିଆ ମାଲଦ୍ୱୀପ ଏବଂ ୟୁକେ ଗସ୍ତ 🔴 ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ 🔴 ଚାଇନା ନାଗରିକଙ୍କୁ ମିଳିବ ଭାରତର ପର୍ଯ୍ୟଟନ ଭିଜା 🔴 ସହଯୋଗର ହାତ ବଢ଼ାଇବ ଭାରତ 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ!