Masthead

ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ, ଚାକିରିରୁ ବହିଷ୍କୃତ ହେଲେ କର୍ମଚାରୀ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ରାଜନୈତିକ ଦଳ କାର୍ଯ୍ୟକ୍ରମରେ ଯୋଗ ଦେବା ଚାନ୍ଦବାଲି ଜଳ ସମ୍ପଦ ବିଭାଗର ଜଣେ ଠିକା କର୍ମଚାରୀଙ୍କୁ ମାହାଙ୍ଗା ପଡ଼ିଛି। ଠିକା କର୍ମଚାରୀ ହେଲେ ପରମେଶ୍ବର ମହାଳିକ । ନିର୍ବାଚନ ଆଚରଣ ବିଧି ଉଲଘଂନ ନେଇ ବିଜେପି ପକ୍ଷରୁ ଜୟନ୍ତ କୁମାର ଜେନା ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିବା ପରେ ବିଭାଗ ପକ୍ଷରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ଜଳ ସମ୍ପଦ ବିଭାଗର ଯନ୍ତ୍ରୀ ବାଣିଶ୍ରୀ ନାୟକ ସୂଚନା ଦେଇଛନ୍ତି।

ଭଦ୍ରକ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳଙ୍କୁ ଉକ୍ତ କର୍ମଚାରୀଙ୍କ ସମ୍ପର୍କରେ ଚଳିତ ମାସ ୨୨ରେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନରଙ୍କ ପତ୍ର ଜରିଆରେ ତଥ୍ୟ ମଗାଯିବା ପରେ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଅଭିଯୋଗକାରୀ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ ଜୈନିକ କର୍ମଚାରୀ ଏକ ରାଜନୀତିକ ଦଳ ମିଶ୍ରଣ ପର୍ବରେ ଯୋଗ ଦେଇଥିଲ । ଯେଉଁ କାର୍ଯ୍ୟକ୍ରମରେ ଜଣେ ବିଧାୟକ ପ୍ରାର୍ଥୀ ଉପସ୍ଥିତ ଥିଲେ। ଯାହାର ଫୋଟୋ ଓ ଭିଡିଓ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ଉକ୍ତ ଫୋଟୋ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗକାରୀ ଉପସ୍ଥାପନ କରିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ