Masthead

ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ, ଚାକିରିରୁ ବହିଷ୍କୃତ ହେଲେ କର୍ମଚାରୀ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ରାଜନୈତିକ ଦଳ କାର୍ଯ୍ୟକ୍ରମରେ ଯୋଗ ଦେବା ଚାନ୍ଦବାଲି ଜଳ ସମ୍ପଦ ବିଭାଗର ଜଣେ ଠିକା କର୍ମଚାରୀଙ୍କୁ ମାହାଙ୍ଗା ପଡ଼ିଛି। ଠିକା କର୍ମଚାରୀ ହେଲେ ପରମେଶ୍ବର ମହାଳିକ । ନିର୍ବାଚନ ଆଚରଣ ବିଧି ଉଲଘଂନ ନେଇ ବିଜେପି ପକ୍ଷରୁ ଜୟନ୍ତ କୁମାର ଜେନା ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିବା ପରେ ବିଭାଗ ପକ୍ଷରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ଜଳ ସମ୍ପଦ ବିଭାଗର ଯନ୍ତ୍ରୀ ବାଣିଶ୍ରୀ ନାୟକ ସୂଚନା ଦେଇଛନ୍ତି।

ଭଦ୍ରକ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳଙ୍କୁ ଉକ୍ତ କର୍ମଚାରୀଙ୍କ ସମ୍ପର୍କରେ ଚଳିତ ମାସ ୨୨ରେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନରଙ୍କ ପତ୍ର ଜରିଆରେ ତଥ୍ୟ ମଗାଯିବା ପରେ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଅଭିଯୋଗକାରୀ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ ଜୈନିକ କର୍ମଚାରୀ ଏକ ରାଜନୀତିକ ଦଳ ମିଶ୍ରଣ ପର୍ବରେ ଯୋଗ ଦେଇଥିଲ । ଯେଉଁ କାର୍ଯ୍ୟକ୍ରମରେ ଜଣେ ବିଧାୟକ ପ୍ରାର୍ଥୀ ଉପସ୍ଥିତ ଥିଲେ। ଯାହାର ଫୋଟୋ ଓ ଭିଡିଓ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ଉକ୍ତ ଫୋଟୋ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗକାରୀ ଉପସ୍ଥାପନ କରିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା