Masthead

କୁକି ସଂପ୍ରଦାୟର ୩ ଆଦିବାସୀ ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ମଣିପୁର(ବଡ଼ ଖବର ବ୍ୟୁରୋ): ଆଦିବାସୀ ଓ ଅଣଆଦିବାସୀଙ୍କ ସଂଘର୍ଷ ଯୋଗୁ ଅଶାନ୍ତ ହୋଇ ପଡ଼ିଥିବା ମଣିପୁରରେ ହିଂସା ଥମିବାର ନାଁ ଧରୁନି। ୨ ସପ୍ତାହ ବ୍ୟବଧାନ ପରେ ମଣିପୁରରେ ପୁଣି ତେଜିଲା ହିଂସା । କୁକି ସମ୍ପ୍ରଦାୟର ୩ ଆଦିବାସୀ ଯବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ । ନାଗା ବହୁଳ ଉଖରୁଲ ଜିଲ୍ଲାରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ଉଖରୁଲ ଜିଲ୍ଲାର ଥୋୱାଇ କୁକି ଗ୍ରାମରେ ଗ୍ରାମବାସୀ ଏବଂ କିଛି ସଶସ୍ତ୍ର ଦୁର୍ବୃତ୍ତଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା ଯେଉଁଥିରେ ୩ ଗ୍ରାମବାସୀଙ୍କ ମୃତ୍ୟୁ ହୋଇଛି।

ପୋଲିସ ସୂଚନା ଅନୁଯାୟୀ କିଛି ସଶସ୍ତ୍ର ବ୍ୟକ୍ତି ଗାଁକୁ ଘେରି ଯାଇଥିଲେ ଏବଂ ସୁରକ୍ଷା ଦାୟିତ୍ୱରେ ଥିବା ସ୍ୱେଚ୍ଛାସେବୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଫଳରେ ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ଏହି ଘଟଣା ପରେ ପୁଣି ଜାତିଆଣ ହିଂସା ବଢ଼ିବା ଆଶଙ୍କା କରାଯାଉଛି। ଆକ୍ରମଣକୁ ନେଇ ସ୍ଥାନୀୟ ଅଂଚଳରେ ତୀବ୍ର ଉତ୍ତେଜନା ଦେଖାଦେଇଛି । ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ତଲାସୀ ଅଭିଯାନ ଆରମ୍ଭ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ