Masthead

ମଣିପୁର ପରେ ମେଘାଳୟରେ ହିଂସା

ମେଘାଳୟ  (ବଡ଼ ଖବର ବ୍ୟୁରୋ):  ହିଂସାରେ ଜଳୁଛି ମଣିପୁର । ମଣିପୁରରେ ଆଦିବାସୀ ଓ ଅଣଆଦିବାସୀଙ୍କ ମଧ୍ୟରେ ଚାଲିଛି ସଙ୍ଘର୍ଷ । ଜିଲ୍ଲାରେ କର୍ଫ୍ୟୁ ଲଗାଯିବ ସହିତ ୫ ଦିନ ଯାଏ ପୂରା ମଣିପୁରରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି । ଦଙ୍ଗାକରୀଙ୍କୁ ଦେଖିବାମାତ୍ରେ ଗୁଳି କରିବାକୁ ନିର୍ଦେଶ ଦିଆଯାଇଛି । ୮ ଜିଲ୍ଲାରେ କର୍ଫ୍ୟୁ ଲଗାଯିବ ସହିତ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି । ହିଂସା ପ୍ରଭାବିତ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି ।

ଏନ୍‌.ବୀରେନ୍‌ ସିଂ ରାଜ୍ୟବାସୀଙ୍କୁ ଶାନ୍ତି ବଜାୟ ରଖିବାକୁ ଅନୁରୋଧ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କର୍ନାଟକ ଗସ୍ତ ବାତିଲ କରି ମଣିପୁର ସ୍ଥିତି ଉପରେ ନଜର ରଖିଥିବା ଜଣାପଡ଼ିଛି। ଗୁରୁବାର ୯,୦୦୦ ଆଦିବାସୀଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବାବେଳେ ଶୁକ୍ରବାର ଭାରତୀୟ ବାୟୁସେନା ଆଇ ୫୦୦ ଲୋକଙ୍କୁ ଆସାମର କାଚର ଜିଲାକୁ ନେଇଛି। ମଣିପୁରର ସବୁ ଜିଲାରେ ହାଇ ଆଲର୍ଟ ଜାରି କରାଯାଇଛି।

ସେପଟେ ମଣିପୁର ପରେ ମେଘାଳୟରେ ଦେଖିବାକୁ ମିଳିଛି ହିଂସାକାଣ୍ଡ। ଶୁକ୍ରବାର ମେଘାଳୟର ରାଜଧାନୀ ଶିଲଂରେ କୁକି ଏବଂ ମେଇତି ଦୁଇ ଛାତ୍ରଗୋଷ୍ଠୀ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ଏହି ଛାତ୍ରମାନେ ଶିଲଂ କଲେଜ ଏବଂ ୟୁନିଭରସିଟିରେ ପାଠ ପଢୁଛନ୍ତି। ଏହି ମାମଲାରେ ପୋଲିସ ୧୬ ଜଣଙ୍କୁ ଗିରଫ କରିଛି। ପୂର୍ବ ଖାସି ହିଲ୍ସ ଜିଲା ଅଧିକ୍ଷକ ସିଲଭେଷ୍ଟର ନୋଗଟାନର୍‌ କହିଛନ୍ତି, ଶିଲଂର ନାଗା ହିଲ୍ସ ଅଞ୍ଚଳରେ ଏହି ଦୁଇ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ ଗୁରୁବାର ରାତିରେ ଝଗଡା ଆରମ୍ଭ ହୋଇଥିଲା। ବଚସାରେ ଦୁଇ ଜଣ ସାମାନ୍ୟ ଆହତ ହୋଇଛନ୍ତି। ହିଂସାକାଣ୍ଡକୁ ନିୟନ୍ତ୍ରଣ କରିବା ପରେ ପୋଲିସ ୧୬ ଜଣଙ୍କୁ ଗିରଫ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ