ରାଜଧାନୀରେ ମହିଳାଙ୍କୁ ନିର୍ମମ ହତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ମହିଳାଙ୍କୁ ନିର୍ମମ ହତ୍ୟା । ଭୁବନେଶ୍ୱର ଭୀମଟାଙ୍ଗୀ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗୀ ଫେଜ୍-୧ ଅଞ୍ଚଳରେ ଏକ ଭଡ଼ା ଘର ଭିତରୁ ମହିଳାଙ୍କ ଶବ ଉଦ୍ଧାର କରାଯାଇଛି ।

ଏହାସହ ସେହି ଘରୁ ଗୁରୁତର ଅବସ୍ଥାରେ ଜଣେ ପୁରୁଷଙ୍କୁ ମଧ୍ୟ ଉଦ୍ଧାର କରାଯାଇଛି । ପରେ ଖବର ପାଇଁ ମୃତ ମହିଳାଙ୍କ ସ୍ୱାମୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କ ପତ୍ନୀଙ୍କୁ ଚିହ୍ନଟ କରିଥିଲେ । ମୃତ ମହିଳା ତାଙ୍କ ସ୍ୱାମୀଙ୍କ ସହିତ ଏକ ଘରେ ୩ ବର୍ଷ ହେଲା ଭଡ଼ାରେ ରହିଆସୁଥିଲେ । ତାଙ୍କର ଏକ ଛୋଟ ଛୁଆ ମଧ୍ୟ ରହିଛି । ମୃତ ମହିଳାଙ୍କ ଶରୀରରେ ଏକାଧିକ କ୍ଷତାକ୍ତ ଚିହ୍ନ ଥିବା ବେଳେ ଗୁରୁତର ବ୍ୟକ୍ତି ଜଣଙ୍କ ଦେହରେ ମଧ୍ୟ କ୍ଷତ ଚିହ୍ନ ରହିଛି ଓ ସେ ବିଷ ପିଇଥିବା ମଧ୍ୟ କୁହାଯାଉଛି । ଘଟଣାସ୍ଥଳରେ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’