Masthead

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଉ ଭିସା ପାଇଁ କୋଲକାତା, ଦିଲ୍ଲୀ, ହାଇଦ୍ରାବାଦ ଯିବେନି ଓଡ଼ିଶାବାସୀ। ରାଜ୍ୟ ସରକାରଙ୍କ ପକ୍ଷରୁ ହେଲା ବଡ଼ ଘୋଷଣା। ଭୁବନେଶ୍ଵରରେ ଏଥର ହେବ ଗ୍ଲୋବାଲ୍ ଭିସା ଆପ୍ଲିକେସନ ସେଣ୍ଟର। ବରମୁଣ୍ଡା ବସ୍ ଟର୍ମିନାଲ୍ ବିଲ୍ଡିଂରେ ଏହି ସେଣ୍ଟର କାର୍ଯ୍ୟକ୍ଷମ ହେବ। ଏଥିପାଇଁ ରାଜ୍ୟ ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି।

ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ। ଆନ୍ତର୍ଜାତିକ ଭିସା ପାଇବା ପାଇଁ ପୂର୍ବରୁ ରାଜ୍ୟବାସୀଙ୍କୁ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଭଳି ଦେଶର ଅନ୍ୟ ସହରକୁ ଯିବା ପାଇଁ ପଡୁଥିଲା। କିନ୍ତୁ ଏବେ ତାହା ଆଉ କରିବାକୁ ପଡ଼ିବନି । ତେବେ ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବି ରହିଆସୁଥିଲା। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା