ଭୁବନେଶ୍ୱରରେ ହେବ ଭିସା ସେଣ୍ଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଉ ଭିସା ପାଇଁ କୋଲକାତା, ଦିଲ୍ଲୀ, ହାଇଦ୍ରାବାଦ ଯିବେନି ଓଡ଼ିଶାବାସୀ। ରାଜ୍ୟ ସରକାରଙ୍କ ପକ୍ଷରୁ ହେଲା ବଡ଼ ଘୋଷଣା। ଭୁବନେଶ୍ଵରରେ ଏଥର ହେବ ଗ୍ଲୋବାଲ୍ ଭିସା ଆପ୍ଲିକେସନ ସେଣ୍ଟର। ବରମୁଣ୍ଡା ବସ୍ ଟର୍ମିନାଲ୍ ବିଲ୍ଡିଂରେ ଏହି ସେଣ୍ଟର କାର୍ଯ୍ୟକ୍ଷମ ହେବ। ଏଥିପାଇଁ ରାଜ୍ୟ ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି।

ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ। ଆନ୍ତର୍ଜାତିକ ଭିସା ପାଇବା ପାଇଁ ପୂର୍ବରୁ ରାଜ୍ୟବାସୀଙ୍କୁ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଭଳି ଦେଶର ଅନ୍ୟ ସହରକୁ ଯିବା ପାଇଁ ପଡୁଥିଲା। କିନ୍ତୁ ଏବେ ତାହା ଆଉ କରିବାକୁ ପଡ଼ିବନି । ତେବେ ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବି ରହିଆସୁଥିଲା। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’