ଆସିଲା ଭିସେରା ରିପୋର୍ଟ, ବଢ଼ିଲା ସନ୍ଦେହ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଆସିଲା ଭିସୁଟ ଛାତ୍ରୀ ଚିନ୍ମୟୀ ସାହୁଙ୍କ ଭିସେରା ରିପୋର୍ଟ । ଚିନ୍ମୟୀ ଇଥାଇଲ ଆଲକହଲ ସେବନ କରିଥିବା ଭିସେରା ରିପୋର୍ଟରୁ ସୂଚନା ମିଳିଛି। ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ବି.ଗଙ୍ଗାଧର। ସେ କହିଛନ୍ତି ଯେ, ‘ମୃତ୍ୟୁ ପୂର୍ବରୁ ଆଲକହଲ ସେବନ କରିଥିବା ସ୍ପଷ୍ଟ ହୋଇଛି। ସିସିଟିଭି ଫୁଟେଜରେ ପିଇବା ବେଳର ଫୁଟେଜକୁ ଏହା ଲିଙ୍କ୍ କରୁଛି। ଦୁଇ ଜଣ ବସିକି ହୋଟେଲରେ ପିଇବା ବେଳର ଫୁଟେଜ ସିଜ୍ କରିଛୁ।

ଡାୟାଟମ ରିପୋର୍ଟରେ ମୃତ୍ୟୁର କାରଣ ପାଣିରେ ବୁଡ଼ି ବୋଲି ଆସିଥିଲା। ଏହା ଆତ୍ମହତ୍ୟା, ନା କେହି ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇଥିଲେ ତାହାର ତଦନ୍ତ ଚାଲିଛି। ଗତ ଫେବ୍ରୁଆରୀ ୨୮ରେ ପାୱାର ଚ୍ୟାନେଲ ବ୍ରିଜରୁ ପଡ଼ି ଚିନ୍ମୟୀଙ୍କର ମୃତ୍ୟୁ ଘଟିଥିଲା। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ଚିନ୍ମୟୀଙ୍କ ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’