ଚିଲିକା ବୁଲିବାକୁ ଯାଉଛନ୍ତି କି, ଜାଣନ୍ତୁ କ’ଣ ରହିଛି ନିୟମ

ପୁରୀ, (ବଡ଼ ଖବର ବ୍ୟୁରୋ): ପର୍ଯ୍ୟଟନ ଋତୁ ଆରମ୍ଭ ହୋଇ ଯାଇଥିବାରୁ ଚିଲିକା ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ଯେପରି ଭଲ ଅନୁଭୂତି ନେଇ ଫେରିବେ ଏଥି ନିମନ୍ତେ ପୁରୀ ଜିଲ୍ଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି। ଏ ସଂପର୍କିତ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ବଲୱଶନ୍ତ ସିଂଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସ୍ୱତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ମୋଟର ଡଙ୍ଗା ମାଲିକ ସଂଘର ପ୍ରତିନିଧିମାନେ ଏହି ବୈଠକରେ ଯୋଗଦେଇଥିଲେ ।

ପ୍ରତ୍ୟେକ ଡଙ୍ଗା ପଞ୍ଜୀକରଣ, ନବୀକରଣ ଓ ମୋଟର ଯାଞ୍ଚ ଉପରେ ଜିଲ୍ଲାପାଳ ଗୁରୁତ୍ୱ ଦେଇଛନ୍ତି । ଡଙ୍ଗାରେ ଗଲାବେଳେ ଲାଇଫ୍ ଜ୍ୟାକେଟ ପରିଧାନ ଓ ପର୍ଯ୍ୟଟକମାନେ ଅନଲାଇନ ମାଧ୍ୟମରେ ଡଙ୍ଗା ବୁକିଂ ଓ ଦେୟ ପୈଠ କରିବାକୁ ବାଧ୍ୟତାମୂଳକ କରାଯିବ ବୋଲି ବୈଠକରେ ଚୂଡାନ୍ତ ହୋଇଛି । ଏଥିପାଇଁ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଏକ ମୋବାଇଲ ଆପ୍ ପ୍ରଚଳନ କରିବେ । ସଂପୃକ୍ତ ଡଙ୍ଗା ମାଲିକ ଓ ଅଂଶୀଦାରମାନଙ୍କ ମତାମତ ନିଆଯାଇ ମୋବାଇଲ ଆପ୍ ବିକଶିତ କରାଯିବ । ଏହାଦ୍ୱାରା ସବୁ ସଂଘକୁ ସମାନ ବୁକିଂ ସୁବିଧା ମିଳିବ । ଡଙ୍ଗାରେ ବିଭିନ୍ନ ସ୍ଥାନକୁ ବୁଲିବା ଦର ତାଲିକା ପ୍ରଦର୍ଶିତ କରାଯିବ । ନକଲି ମୋତି କାରବାର କରୁଥିବା ଲୋକମାନଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଆବଶ୍ୟକ ସ୍ଥଳେ ପ୍ରଶାସନ ନିଜଆଡୁ ମାମଲା ରୁଜୁ କରିବ ବୋଲି ଜିଲ୍ଲାପାଳ କହିଛନ୍ତି । ପର୍ଯ୍ୟଟକମାନଙ୍କୁ ଉତ୍ତମ ସେବା ଓ ସୁରକ୍ଷା ଯୋଗାଇ ଦେଲେ ପର୍ଯ୍ୟଟନ ଶିଳ୍ପ ବିକାଶ ହେବ ବୋଲି ସେ କହିଛନ୍ତି ।
ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ଶଶାଙ୍କଶେଖର ରଥ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଇତିଶ୍ରୀ ନାୟକ, ସଦର ଏସଡିପିଓ କିଶୋର ଚନ୍ଦ୍ର ମୁଣ୍ଡ ଏବଂ ବିଭିନ୍ନ ଡଙ୍ଗା ମାଲିକ ସଂଘର ପ୍ରତିନିଧି ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’