Masthead

ସବୁଆଡେ ବିରୋଧର ସ୍ୱର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଉଠୁଛି ପଡୁଛି ସାରା ରାଜ୍ୟ । ସବୁଆଡେ ବିରୋଧର ସ୍ୱର । ମନ୍ତ୍ରୀଙ୍କ ବହିଷ୍କାର ଦାବି ସହ ସିବିଆଇ ତଦନ୍ତ ଦାବି କରିଛନ୍ତି ଉଭୟ ବିଜେପି ଓ କଂଗ୍ରେସ । ରାଜରାସ୍ତାରେ ଆନ୍ଦୋଳନ । ଗୃହରାଷ୍ଟ୍ର ମନ୍ତ୍ରୀ ଯେ ପର୍ଯନ୍ତ ଇସ୍ତଫା ନଦେଇଛନ୍ତି, ସେ ଯାଏଁ ସଠିକ୍ ତଦନ୍ତ ହୋଇପାରିବ ନାହିଁ ବୋଲି ସାଧାରଣରେ ଉଠୁଛି ଅନେକ ପ୍ରଶ୍ନ ।ମମିତା ହତ୍ୟା ମାମଲାକୁ ନେଇ ବେଫିକର ରାଜ୍ୟ ସରକାର..ମନ୍ତ୍ରୀଙ୍କଙ୍କ ବିରୋଧରେ ନାରା ଜୋରଦାର କରିଛି କଂଗ୍ରେସ । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଆନ୍ଦୋଳନକୁ ଆହୁରି ତୀବ୍ରତର କରିବା ପାଇଁ ଓଡ଼ିଶାରେ ଜାତୀୟ କଂଗ୍ରେସ ଦଳର ୩ ଜଣିଆ ଟିମ୍ ମମିତାଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି । ମମିତା ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଗୁରୁବାର ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ। ସୁବର୍ଣ୍ଣପୁର ଜିଲ୍ଲା ବିଜେପି ଏହି ବନ୍ଦ ଡାକରା ଦେଇଥିଲା । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ଚକ ଅଖ ବନ୍ଦ ରହିବା ସହ ଦୋକାନ ବଜାର ମଧ୍ୟ ବନ୍ଦ ରହିଥିଲା । ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବି ନେଇ ପୂର୍ବରୁ ଗତ ୨୫ ତାରିଖରେ ୧୨ ଘଣ୍ଟିଆ ବୀରମହାରାଜପୁର ବନ୍ଦ ପାଳନ ହୋଇଥିଲା। ତେଣୁ ବୀରମହାରାଜପୁରକୁ ବାଦ ଦେଇ ସୋନପୁର ଜିଲ୍ଲାର ଅନ୍ୟ ସମସ୍ତ ୫ ବ୍ଲକ୍, ୨ଟି ଏନଏସି ଓ ଗୋଟିଏ ମୁନିସିପାଲିଟି ଅଞ୍ଚଳରେ ବିଜେପି ବନ୍ଦ ପାଳନ କରାଯାଇଛି। ସେହିପରି ନୂଆପଡ଼ା ଜିଲ୍ଲାରେ ବିଜେପିର ବନ୍ଦ ଡାକରା ଦେଖିବାକୁ ମିଳିଛି ।

ଗାଡି ଚଳାଚଳା ଠପ୍ ହେବା ସହ ସବୁଠି ଆନ୍ଦୋଳନର ସ୍ୱର ଶୁଣିବାକୁ ମିଳିଥିଲା । ଏହାକୁ ସାଧାରଣ ଲୋକେ ମଧ୍ୟ ଶାନ୍ତି ଶୃଙ୍ଖଳାର ସହ ସହଯୋଗ କରିଥିଲେ । ସେପଟେ ଆସନ୍ତା ୨୯ରେ ଓଡ଼ିଶା ଆସୁଛି ବିଜେପିର କେନ୍ଦ୍ରୀୟ ଟିମ୍। ମହାଲିଙ୍ଗ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ତଥ୍ୟ ସଂଗ୍ରହ ଲାଗି ବିଜେପି ମହିଳା ମୋର୍ଚ୍ଚା ଅଧ୍ୟକ୍ଷା ବନତୀ ଶ୍ରୀନିବାସନଙ୍କ ନେତୃତ୍ୱରେ ଏହି ଟିମ୍ ଆସୁଛି ।

କେନ୍ଦ୍ରୀୟ ଟିମ୍ ତଥ୍ୟ ସଂଗ୍ରହ କରି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ରିପୋର୍ଟ ଦେବ। ଗୃହରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଶୀଘ୍ର ମନ୍ତ୍ରୀ ପଦରୁ ହଟାଇବା ସହ ମମିତାଙ୍କୁ ନ୍ୟାୟ ଦାବିରେ ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲି ମଧ୍ୟ ବିକ୍ଷୋଭ ହୋଇଥିଲା। ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ୮ ଜିଲ୍ଲାରେ ଏସ୍ପି ଅଫିସ୍ ଘେରାଉ କରାଯାଉଛି। ପୁରୀ, ବାଲେଶ୍ୱର, ଗଜପତି, ଜଗତସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ଝାରସୁଗୁଡ଼ା ଜିଲ୍ଲାରେ ବିକ୍ଷୋଭ ହେଉଛି। ଗୃହରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଓ ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ପାଇଁ ଦାବି ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବେଆଇନ ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ସହ ୨ ବାଇକ ଜବତ 🔴 ହାତ ଟେକିଦେଲେ ନବୀନ! 🔴 ଆସୁଛି ବଡ଼ ଲଘୁଚାପ 🔴 ପାକିସ୍ତାନ ପରେ ବାଂଲାଦେଶର ପାଳି 🔴 ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ 🔴 ତୁର୍କୀ, ଅଜରବୈଜାନ ସହ ବନ୍ଦ ହେବ କାରବାର  🔴 ମାନିଲେ ପାକ୍ ପୂର୍ବତନ ବାୟୁସେନା ଅଧିକାରୀ, ପାକିସ୍ତାନି ଆୱାକ୍ସକୁ ନଷ୍ଟ କରିଛି ବ୍ରହ୍ମୋସ 🔴 ନୀରଜ ଚୋପ୍ରାଙ୍କ ନୂଆ ରେକର୍ଡ, ଜାଭେଲିନ ଥ୍ରୋରେ ୯୦ ମିଟର ପାର 🔴 ସତ ମାନିଲା ପାକିସ୍ତାନ, ଭାରତର ଜବାବୀ ଆକ୍ସନରେ ବହୁ ଏୟାରବେସ୍ ଛାରଖାର ହୋଇଛି 🔴 ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ 🔴 ବେଆଇନ ମାଙ୍କଡା ପଥର ବୋଝେଇ ଟ୍ରାକ୍ଟର ସହ ୨ ବାଇକ ଜବତ 🔴 ହାତ ଟେକିଦେଲେ ନବୀନ! 🔴 ଆସୁଛି ବଡ଼ ଲଘୁଚାପ 🔴 ପାକିସ୍ତାନ ପରେ ବାଂଲାଦେଶର ପାଳି 🔴 ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ 🔴 ତୁର୍କୀ, ଅଜରବୈଜାନ ସହ ବନ୍ଦ ହେବ କାରବାର  🔴 ମାନିଲେ ପାକ୍ ପୂର୍ବତନ ବାୟୁସେନା ଅଧିକାରୀ, ପାକିସ୍ତାନି ଆୱାକ୍ସକୁ ନଷ୍ଟ କରିଛି ବ୍ରହ୍ମୋସ 🔴 ନୀରଜ ଚୋପ୍ରାଙ୍କ ନୂଆ ରେକର୍ଡ, ଜାଭେଲିନ ଥ୍ରୋରେ ୯୦ ମିଟର ପାର 🔴 ସତ ମାନିଲା ପାକିସ୍ତାନ, ଭାରତର ଜବାବୀ ଆକ୍ସନରେ ବହୁ ଏୟାରବେସ୍ ଛାରଖାର ହୋଇଛି 🔴 ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ