Masthead

୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ମତଦାନ ଜାରି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୪ ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଆଜିଠୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ସକାଳ ୭ଟାରୁ ଏହି ଭୋଟ୍ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି । କେରଳ, ତାମିଲନାଡ଼ୁ ଓ ପୁଡ଼ୁଚେରୀରେ ଆଜି ଗୋଟିଏ ପର୍ଯ୍ୟାୟରେ ମତଦାନ ସରିବ । ତେବେ ପଶ୍ଚିମବଙ୍ଗରେ ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ କରାଯାଉଛି । ସୂଚନା ମୁତାବକ, କେରଳରେ ୧୪୦ଟି ଆସନ, ତାମିଲନାଡ଼ୁରେ ୨୩୪ ଆସନ, ଆସାମର ଶେଷ ପର୍ଯ୍ୟାୟରେ ୪୦ଟି ଆସନ, ପଶ୍ଚିମବଙ୍ଗର ତୃତୀୟ ପର୍ଯ୍ୟାୟରେ ୩୧ଟି ଆସନ ସହ ପୁଡ଼ୁଚେରୀରେ ୪୦ଟି ଆସନ ପାଇଁ ଭୋଟ୍ ଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଅନ୍ୟପଟେ ପଶ୍ଚିମବଙ୍ଗରେ ହେବାକୁ ଥିବା ୩୧ଟି ଆସନକୁ ଭାରତୀୟ ନିର୍ବାଚନ ଆୟୋଗ ପକ୍ଷରୁ ସମ୍ବେଦନଶୀଳ ଘୋଷଣା କରି ସିଆରପିସିର ୧୪୪ ଧାରା ଲାଗୁ କରିଛନ୍ତି । ଗତ ସୋମବାର ଠାରୁ ଏଠାରେ ନିଷେଧାଜ୍ଞ ଲାଗୁ କରାଯାଇଛି । ଫଳରେ ଆଜି ହେବାକୁ ଥିବା ନିର୍ବାଚନରେ ଅଧିକାଂଶ ଲୋକେ ଏକତ୍ରିତ ହୋଇପାରିବେ ନାହିଁ । ସେହିପରି ଆସାମର ୧୨ଟି ଜିଲ୍ଲାର ୪୦ଟି ଆସନରେ ଆଜି ମତଦାନ ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ ୩୩୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ