Masthead

ଆସନ୍ତାକାଲି ଭୋଟ ଦେବ ରାଜଧାନୀ ଦିଲ୍ଲୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଭୋଟ୍ ଦେବ ରାଜଧାନୀ । ବୁଧବାର ଦିଲ୍ଲୀ ବିଧାନସଭା ନିର୍ବାଚନ । ୭୦ ଆସନ ବିଶିଷ୍ଟ ବିଧାନସଭାରେ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ । ତେବେ ଭୋଟିଂର ୪୮ ଘଣ୍ଟା ପୂର୍ବରୁ ରାଜଧାନୀରେ ପ୍ରଚାର ଥମିଛି । ସେପଟେ ପୋଲିଂ ପାର୍ଟି ମଧ୍ୟ ବୁଥ୍‌ରେ ପହଞ୍ଚିଲେଣି । ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ କାଲି ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଫେବ୍ରୁଆରୀ ୮ ତାରିଖରେ ମତଗଣତି ହେବ ।

ଦିଲ୍ଲୀରେ ପ୍ରାୟ ୧.୫୬ କୋଟି ପଞ୍ଜୀକୃତ ମତଦାତା ୧୩, ୭୬୬ଟି ମତଦାନ କେନ୍ଦ୍ରରେ ନିଜର ମତାଧିକାର ସାବ୍ୟସ୍ତ କରିବେ । ମୋଟ୍ ଭୋଟରଙ୍କ ମଧ୍ୟରୁ ୮୩.୭୬ ଲକ୍ଷ ହେଉଛନ୍ତି ପୁରୁଷ ରହିଥିବା ବେଳେ ୭୨.୩୬ ଲକ୍ଷ ହେଉଛନ୍ତି ମହିଳା । ୧, ୨୫୭ ଜଣ ତୃତୀୟ ଲିଙ୍ଗୀ ବି ସାମିଲ । ଦିବ୍ୟାଙ୍ଗମାନଙ୍କ ଲାଗି ୭୩୩ଟି ମତଦାନ କେନ୍ଦ୍ର ନିର୍ଦ୍ଧାରିତ କରାଯାଇଛି । ନିର୍ବାଚନ ଆୟୋଗ ଦିଲ୍ଲୀରେ ପାରା ମିଲିଟାରୀ ଫୋର୍ସର ୨୨୦ କମ୍ପାନୀ ମୁତୟନ କରିଛନ୍ତି । ସେହିପରି ୧୯ ହଜାର ହୋମଗାର୍ଡ ଓ ୩୫ ହଜାର ୬୨୬ ଜଣ ଦିଲ୍ଲୀ ପୁଲିସ କର୍ମଚାରୀ ଙ୍କୁ ନିୟୋଜିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ