Masthead

ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ୧୪ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ୩ଟି ଲୋକସଭା ଏବଂ ୩୦ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଅନୁଷ୍ଠିତ ହେଉଛି । ସେଥିମଧ୍ୟରେ ୧୩ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଦାଦ୍ରା ଓ ନଗର ହାଭେଳି ଓ ଡାମନ ଓ ଡିୟୁ ଅନ୍ତର୍ଭୁକ୍ତ ।

ଏହି ଉପନିର୍ବାଚନରେ ମୋଟ ୨୬,୫୦,୦୦୪ ଯୋଗ୍ୟ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରୁଛନ୍ତି । ଭୋଟଗ୍ରହଣ କେନ୍ଦ୍ରଗୁଡିକରେ କୋଭିଡ କଟକଣାକୁ କଡାକଡି ଭାବରେ ପାଳନ କରିବାକୁ ଭାରତର ନିର୍ବାଚନ ଆୟୋଗ ସମସ୍ତ ପୋଲିଂ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅଧିଙ୍କାଶ ସ୍ଥାନରେ ମୁଖ୍ୟତଃ ବିଜେପି ଏବଂ କଂଗ୍ରେସ ମଧ୍ୟରେ ପ୍ରତିଦ୍ୱନ୍ଦିତା ହେଉଛି । ଦାଦ୍ରା ଓ ନଗର ହାଭେଳି, ହିମାଚଳ ପ୍ରଦେଶର ମଣ୍ଡି ଏବଂ ମଧ୍ୟପ୍ରଦେଶର ଖଣ୍ଡୱା ଲୋକସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେଉଛି ।

ସମସ୍ତ ଭୋଟଗ୍ରହଣ କେନ୍ଦ୍ରରେ ଇଭିଏମ ଏବଂ ଭିଭିପାଟ୍ ବ୍ୟବହାର କରିବାକୁ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି । ଏହି ଯନ୍ତ୍ରଗୁଡିକ ସହାୟତାରେ ଭୋଟଗ୍ରହଣ କାର୍ଯ୍ୟ ସୁରୁଖୁରୁରେ ପରିଚାଳନା କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ଭୋଟ ଗଣତି ନଭେମ୍ବର ୨ ତାରିଖରେ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ