Masthead

ପଶ୍ଚିମବଙ୍ଗରେ ଚାଲିଛି ମତଦାନ

କୋଲକାତା(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ । ସାରା ଦେଶର ନଜର ଏବେ ପଶ୍ଚିମବଙ୍ଗର ଭବାନୀପୁର ଆସନ ଉପରେ କାରଣ ଏଠାରେ ଉପନିର୍ବାଚନ ଲଢୁଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମମତାଙ୍କୁ ଟକ୍କର ଦେଉଛନ୍ତି ବିଜେପିର ପ୍ରିୟଙ୍କା ଟିବ୍ରେୱାଲ । ସକାଳ ୭ଟାରୁ ରାଜ୍ୟର ୩ଟି ଆସନର ଉପନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । କଡା ସୁରକ୍ଷା ମଧ୍ୟରେ ଭୋଟ ଦେଉଛନ୍ତି ମତଦାତା ।

ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି । ସନ୍ଧ୍ୟା ୬ ଟା ୩୦ ପର୍ୟ୍ୟନ୍ତ ଚାଲିବ ମତଦାନ । ଯଦି ମମତା ଭବାନୀପୁରରୁ ବିଜୟୀ ହେଉଛନ୍ତି ତେବେ ପୁଣି ୫ ବର୍ଷ ପଶ୍ଚିମବଙ୍ଗ ଅକ୍ତିଆରରେ ରଖିବେ । ନଚେତ୍ ଦିଦିଙ୍କୁ ହରାଇବାକୁ ପଡିବ ମୁଖ୍ୟମନ୍ତ୍ରୀ ପଦ । କାରଣ ସାଧାରଣରେ ନିର୍ବାଚନରେ ନନ୍ଦିଗ୍ରାମରୁ ଲଢିଥିବା ମମତା ପ୍ରତିଦ୍ବନ୍ଦୀ ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ପରାଜୟ ବରଣ କରିଥିଲେ ।

୨୦୦ରୁ ଅଧିକ ଆସନ ପାଇ ଟିଏମସି ସରକାର ଗଠନ କରିଥିଲେ ମଧ୍ୟ ମୁଖିଆଙ୍କ ପରାଜୟକୁ ସହଜରେ ହଜମ କରିପାରିନଥିଲା । ପୂର୍ବ ନିର୍ବାଚନରେ ପଶ୍ଚିମବଙ୍ଗରେ ହିଂସା, ମହିଳାଙ୍କୁ ନିର୍ୟାତନା ଆଦିର ବିନାଶ ପାଇଁ ନିର୍ବାଚନକୁ ଓହ୍ଲାଇଥିବା କହିଛନ୍ତି ପ୍ରିୟଙ୍କା । ରାଜ୍ୟରେ ଶାନ୍ତି ପାଇଁ କାମ କରିବାର ପ୍ରତିଶ୍ରୁତି ଦେଇ ଭୋଟରଙ୍କୁ ମନାଇଛନ୍ତି । ତେବେ ମମତାଙ୍କ ଆସନ ରହୁଛି କି ଯାଉଛି ତାହା ଉପରେ ସମସ୍ତଙ୍କ ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ