Masthead

ଭି.ଆର ଚୌଧୁରୀ ହେଲେ ନୂଆ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ ସରକାର ଏୟାର ମାର୍ଶଲ ଭି.ଆର ଚୌଧୁରୀଙ୍କୁ ବାୟୁସେନାର ନୂଆ ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି । ତେବେ ବର୍ତ୍ତମାନ ବାୟୁସେନା ମୁଖ୍ୟ ଥିବା ଏୟାର ଚିଫ ମାର୍ଶଲ ଆ.କେ.ଏସ. ଭଦୌରିଆ ଚଳିତ ମାସ ୩୦ ତାରିଖରେ ଅବସର ନେଉଛନ୍ତି । ତେଣୁ ତାଙ୍କ ସ୍ଥାନରେ ଚୌଧୁରୀ ଅକ୍ଟୋବର ପହିଲାରୁ ନୂତନ କାର୍ଯ୍ୟଭାର ଗ୍ରହଣ କରିବେ ବୋଲି ସୂଚନା ମିଳିଛି ।

ଅନ୍ୟପଟେ ଚୌଧୁରୀଙ୍କର ୩୮ ବର୍ଷ କ୍ୟାରିୟରରେ ବିଭିନ୍ନ ଯୁଦ୍ଧବିମାନ ଏବଂ ପ୍ରଶିକ୍ଷକ ବିମାନ ଉଡାଇଛନ୍ତି । ମିଗ-୨୧, ମିଗ-୨୩ ଏମଏଫ, ମିଗ୨୯ ଏବଂ ସୁଖୋଇ-୩୦ ଏମକେଆଇ ଯୁଦ୍ଧ ବିମାନରେ କାର୍ଯ୍ୟକ୍ଷମ ଫ୍ଲାଇଙ୍ଗ ସହିତ ତାଙ୍କର ୩୮୦୦ ଘଣ୍ଟାରୁ ଅଧିକ ଉଡ଼ାଣର ଅଭିଜ୍ଞତା ରହିଛି । ଏହା ସହ ଚୌଧୁରୀ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ