Masthead

ଆଉ କିଛି ଘଣ୍ଟାର ଅପେକ୍ଷା..ଜହ୍ନରେ ପାଦ ଦେବ ଚନ୍ଦ୍ରୟାନ-୩

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ମିଶନ ଚନ୍ଦ୍ରୟାନ-୩ । ଆସନ୍ତାକାଲି ଏହା ସଂଧ୍ୟାରେ ଅବତରଣ କରିବ ଚନ୍ଦ୍ରୟାନ-୩ । ଏବେ ସେହି ମୂହୁର୍ତ୍ତ ଉପରେ ସମସ୍ତଙ୍କ ନଜର । ଏହା ପୂର୍ବରୁ ଅବଗଣନା ଆରମ୍ଭ ହୋଇଯାଇଛି । ଏହା ପୂର୍ବରୁ ଇସ୍ରୋ ଅଧ୍ୟକ୍ଷ ଚନ୍ଦ୍ରଯାନ-୩ର ସ୍ଥିତି ଓ ଗତିବିଧି ସମ୍ପର୍କରେ କେନ୍ଦ୍ରମନ୍ତ୍ରୀଙ୍କୁ ଅବଗତ କରାଇ କହିଛନ୍ତି ଯେ ସମସ୍ତ ପ୍ରଣାଳୀ ଠିକ୍ ଭାବେ କାର୍ଯ୍ୟ କରୁଛି ଏବଂ ବୁଧବାର କୌଣସି ଆକସ୍ମିକ ପରିସ୍ଥିତି ଦେଖା ଦେବାର ସମ୍ଭାବନା ନାହିଁ ।

ଆଗାମୀ ଦୁଇ ଦିନ ମଧ୍ୟରେ ଚନ୍ଦ୍ରଯାନ-୩ର ସ୍ଥିତି ଉପରେ ଲଗାତାର ନଜର ରଖାଯିବ । ଦୁଇ ଦିନ ପୂର୍ବରୁ ଅବତରଣର ଚୂଡ଼ାନ୍ତ ସିକ୍ୱେନ୍ସ ଲୋଡ୍ କରି ପରୀକ୍ଷା କରାଯିବ ବୋଲି ସେ କହିଛନ୍ତି । ଇସ୍ରୋ କହିଛି ଯେ ଚନ୍ଦ୍ରଯାନ-୩ ଅଗଷ୍ଟ ୨୩ ସନ୍ଧ୍ୟା ପ୍ରାୟ ୬ଟା ୦୪ ମିନିଟ୍ ରେ ଚନ୍ଦ୍ରରେ ଅବତରଣ କରିବ । ପୂର୍ବରୁ ହାର୍ଡ ଲ୍ୟାଣ୍ଡିଂ ପରେ ଲ୍ୟାଣ୍ଡର ସହ ଯୋଗାଯୋଗ ବିଚ୍ଛିନ୍ନ ହେବାରୁ ଚନ୍ଦ୍ରଯାନ-୨ ଅଭିଯାନ ଆଂଶିକ ଭାବେ ସଫଳ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା