Masthead

୨୮ ଦିନିଆ ଅନଶନରେ ବସିବେ ସୋନମ ୱାଙ୍ଗଚୁକ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ୨୮ ଦିନିଆ ଅନଶନରେ ବସିବେ ଜଳବାୟୁ କର୍ମୀ ସୋନମ ୱାଙ୍ଗଚୁକ୍‌ । ଲଦାଖକୁ ରାଜ୍ୟ ମାନ୍ୟତା ଦେବା ଏବଂ ଏହି କେନ୍ଦ୍ରଶାସିତ ଅଞ୍ଚଳର ସାମ୍ବିଧାନିକ ସୁରକ୍ଷା ପାଇଁ କେନ୍ଦ୍ର ସରକାର ଯଦି ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ ଆଲୋଚନା ପାଇଁ ନ ଡାକନ୍ତି, ତେବେ ଆଗାମୀ ସ୍ୱାଧୀନତା ଦିବସରୁ ଜଳବାୟୁ କର୍ମୀ ସୋନମ ୱାଙ୍ଗଚୁକ୍‌ ୨୮ ଦିନିଆ ଅନଶନରେ ବସିବେ ବୋଲି ରବିବାର ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ସପ୍ତାହରେ କାର୍ଗିଲ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ଦ୍ରାସ୍‌ ଯାଇଥିବାବେଳେ ଲେହ ଆପେକ୍ସ ବଡି (ଏବିଏଲ୍‌) ଏବଂ କାର୍‌ଗିଲ୍‌ ଡେମୋକ୍ରାଟିକ୍‌ ଆଲିଆନ୍ସ (କେଡିଏ) ପକ୍ଷରୁ ଦାବିପତ୍ର ଦିଆଯାଇଥିଲା। ନୂଆ ସରକାର କେତେକ ବଳିଷ୍ଠ ପଦକ୍ଷେପ ନେବା ଆଶା କରାଯାଉଛି ବୋଲି ୱାଙ୍ଗଚୁକ ଏକ ଗଣମାଧ୍ୟମକୁ ସାକ୍ଷାତକାର ଦେଇ କହିଛନ୍ତି। ସରକାର କୌଣସି ପଦକ୍ଷେପ ନ ନେଲେ ସେ ୭୮ତମ ସ୍ବାଧୀନତା ଦିବସରୁ ଅନଶନରେ ବସିବେ ବୋଲି ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ