Masthead

ଟଙ୍କା ହଡପ ଅଭିଯୋଗ, ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ତାଲା ମାରିଲେ ୱାର୍ଡମେମ୍ବର

ବସ୍ତା(ବଡ଼ ଖବର ବ୍ୟୁରୋ): ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ତାଲା ମାରି ଅଟକ । ୱାର୍ଡମେମ୍ବରମାନଙ୍କ ଭତ୍ତା ଟଙ୍କା ହଡପ ଅଭିଯୋଗରେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ଭିତରେ ରାତି ସାରା ତାଲା ମାରି ଅଟକ ରଖିଛନ୍ତି ୱାର୍ଡ ମେମ୍ବର ମାନେ । ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ମଥାନୀ ପଞ୍ଚାୟତରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମଥାନୀ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାଗବତ ବିଶ୍ବାଳକୁ ତାଲା ମାରି ଅଟକ ରଖିଛନ୍ତି ୱାର୍ଡମେମ୍ବରମାନେ । ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଛି । ସୂଚନା ଅନୁଯାୟୀ ମଥାନୀ ପଞ୍ଚାୟତର ୱାର୍ଡମେମ୍ବରମାନେ ଦୀର୍ଘ ୭ ମାସର ଭତ୍ତା ଜାଗାରେ ମାତ୍ର ୫ ମାସର ଭତ୍ତା ଦେଇ ଅବଶିଷ୍ଟ ୨ ମାସର ଭତ୍ତା ଟଙ୍କା ନଦେବାରୁ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ପଚାରିବାରୁ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ ।

ଯାହାକୁ ନେଇ ୱାର୍ଡ ମେମ୍ବର ଏବଂ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ମଧ୍ୟରେ ପାଟିତୁଣ୍ତ ହୋଇଥିଲା । ପଞ୍ଚାୟତ ନିର୍ବାହୀ ଅଧିକାରୀ ଭାଗବତ ବିଶ୍ବାଳ ଚଞ୍ଚକତା କରି ଟଙ୍କା ହଡପ କରିଥିବା ଅଭିଯୋଗ କରି ତୁରନ୍ତ ଭତ୍ତା ପ୍ରଦାନ ଦାବିରେ ୱାର୍ଡମେମ୍ବରମାନେ ଗତକାଲି ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଭାଗବତଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ମାରି ଅଟକ ରଖିଛନ୍ତି । ଏନେଇ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ପଚାରିବାରୁ ସରପଞ୍ଚଙ୍କ ଷ୍ଟ୍ରାଇକ ପାଇଁ ମିଟିଂ ହୋଇ ନଥିବାରୁ ୱ୍ବାର୍ଡମେମ୍ବରମାନଙ୍କ ଭତ୍ତା ଦିଆଯିବ ନାହିଁ ବୋଲି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ