Masthead

କାଳବୈଶାଖୀ ନେଇ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୩୦ ଜିଲ୍ଲାରେ କାଳବୈଶାଖୀ ନେଇ ଆଲର୍ଟ । ୨୪ ଘଣ୍ଟାରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା । ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୫ ତାରିଖ ଯାଏଁ ଉତ୍ତର ଉପକୂଳରେ ବର୍ଷା ସମ୍ଭାବନା । ସେପଟେ ଆଜି ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ଆହୁରି ୪ ଡିଗ୍ରୀ ଖସିପାରେ । ମଙ୍ଗଳବାର (୨ ତାରିଖ) ଯାଏ ତାତି କମ୍ ରହିବ । କିନ୍ତୁ ୩ ତାରିଖଠାରୁ ତାତି ପୁଣି ବଢ଼ିବ ।

ଏହି ସମୟରେ ତାତି ୨ରୁ ୩ ଡିଗ୍ରୀ ବଢ଼ି ଯାଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ରବିବାର ନୟାଗଡ଼ ଓ ଗଞ୍ଜାମରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ୫୦ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି । କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୫୦ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ବି ଅଛି । ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧ ତାରିଖରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଅଛି ।

ଗଞ୍ଜାମ, ଗଜପତି ଓ କନ୍ଧମାଳ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୫ ତାରିଖ ଯାଏ ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ