Masthead

ପାଣି ପାଇଁ ଡହଳ ବିକଳ ଲୋକେ

ଝୁମ୍ପୁରା  (ବଡ଼ ଖବର ବ୍ୟୁରୋ):  ଖରାଦିନ ଆରମ୍ଭରୁ ଅସହାୟ ହେଲାଣି ଜଳକଷ୍ଟ । ପାଣି ପାଇଁ ଡହଳ ବିକଳ ହେଉଛନ୍ତି ଦେଢ ଶହ ଆଦିବାସୀ ପରିବାର। ଶୋଷ ମେଣ୍ଟାଉଛି ଏବେ ଦୂଷିତ ପାଣି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ଝୁମ୍ପୁରା ବ୍ଲକ୍ ବାଲିବନ୍ଧ ପଞ୍ଚାୟତ ନାଏକ ସାହିରେ । ସରକାର ସାଧାରଣ ଲୋକମାନଙ୍କୁ ପିଇବା ପାଇଁ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେବା ପାଇଁ ବସୁଧା ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଉପହାସ ପାଲଟିଛି ଏହି ଯୋଜନା।

ବସୁଧା ଯୋଜନାରେ ପଞ୍ଚାୟତ ଭିତରେ ରହିଛି ଏକ ଓଭରହେଡ ଟାଙ୍କି । କିନ୍ତୁ ପାଇପଲାଇନ ଖରାପ ହୋଇଥିବା ଦେଖିବାକୁ ମିଳିଛି । ଗୋଟିଏ ଜାଗାରେ ପାଣି ବାହାରୁ ଥିବାବେଳେ ଅନ୍ୟ ଟ୍ୟାପ ଖରାପ ହୋଇଥିବା ଦେଖିବାକୁ ମିଳିଛି। ଠିକ୍ ଭାବରେ ଠିକ୍ ସମୟରେ ପାଣି ନ ଛାଡୁଥିବାରୁ ଲୋକେ ଦୂଷିତ କୂଅ ଗାଡିଆର ପାଣି ସଂଗ୍ରହ କରି ପିଉଥିବାରୁ ନାନା ରୋଗର ଶିକାର ହେଉଛନ୍ତି । ସରପଞ୍ଚଙ୍କୁ ବାରମ୍ବାର ଅଭିଯୋଗ କଲେ ମଧ୍ୟ ସରପଞ୍ଚ କର୍ଣ୍ଣପାତ କରୁନଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ