Masthead

ପ୍ରକୃତିର ବିଭୀଷିକାରେ ଛାରଖାର କେରଳର ୱାୟନାଡ

କେରଳ (ବଡ଼ ଖବର ବ୍ୟୁରୋ): କେରଳରେ ପ୍ରକୃତିର ତାଣ୍ଡବ। ୱାୟନାଡ଼ର ମେପାଡ଼ି ପାହାଡ଼ ଭୂସ୍ଖଳନ ମୃତ୍ୟୁ ସଂଖ୍ୟା ୧୫୬ ଟପିଛି। ଶତାଧିକ ଲୋକ ମାଟି ଅତଡ଼ା ତଳେ ଚାପି ହୋଇ ରହିଥିବାରୁ, ଆଗକୁ ମୃତାହତଙ୍କସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି।ୱାୟନାଡ଼ର ମେପାଡ଼ି ପାହାଡ଼ିଆ ଅଞ୍ଚଳରେ ଗୋଟିଏ ନୁହେଁ, ତିନି ତିନିଟି ଭୂସ୍ଖଳନ ଯୋଗୁଁ ସବୁକିଛି ନିଶ୍ଚିହ୍ନ ହୋଇଯାଇଛି। ଆଉ ଭୂସ୍ଖଳନ ସ୍ଥଳରୁ ସାମ୍ନାକୁ ଆସୁଛି ଗୋଟିକ ପରେ ଗୋଟିଏ ଭୟଙ୍କର, ଛାତି ଥରାଇ ଦେଲା ଭଳି ଦୃଶ୍ୟ। ମାଟିରେ ମିଶିଯାଇଛି ବିସ୍ତୀର୍ଣ୍ଣ ଜନବସତି। ଧୋଇ ଯାଇଛି ରାସ୍ତାଘାଟ। ସେପଟେ କେରଳରେ ଭୟଙ୍କର ଭୂସ୍ଖଳନରେ ଦୁଇ ଓଡ଼ିଆ ଡାକ୍ତର ନିଖୋଜ। ନିଖୋଜ ଡାକ୍ତର ହେଲେ ଚୌଦ୍ୱାର ଅଞ୍ଚଳର ଡାକ୍ତର ବିଷ୍ଣୁ ପ୍ରସାଦ ଚିନରା ଓ ଡାକ୍ତର ସ୍ୱାଧୀନ ପଣ୍ଡା। ଉଭୟ ଭୂସ୍ଖଳନରେ ନିଖୋଜ ଥିବା ଖବର ପାଇବା ପରେ ଚିନ୍ତାରେ ପରିବାର।

କଟକ ଜିଲ୍ଲା ଚୌଦ୍ୱାର ହାଉସିଂ ବୋର୍ଡର ବାସିନ୍ଦା ତଥା ହାଇଟେକ୍ ମେଡିକାଲର ମେଡିସିନ ଡାକ୍ତର ବିଷ୍ଣୁ ଓ ତାଙ୍କ ପତ୍ନୀ ୱାୟନାଡରେ ଥିଲେ। ତେବେ ବିଳମ୍ବିତ ରାତିରେ ହଠାତ୍ ଭୂସ୍ଖଳନ ହୋଇଥିଲେ। ଯାହା ପରେ ବିଷ୍ଣୁଙ୍କର କୌଣସି ପତ୍ତା ମିଳୁନଥିବା ବେଳେ ତାଙ୍କ ପତ୍ନୀ ସୁରକ୍ଷିତ ଥିବା ପରିବାର ଲୋକେ କହିଛନ୍ତି। ସେପଟେ ଡାକ୍ତର ସ୍ବାଧୀନ ପଣ୍ଡାଙ୍କର ମଧ୍ୟ କୌଣସି ଖୋଜ ଖବର ମିଳୁନଥିବା ଜଣାପଡ଼ିଛି। ଏପଟେ ଘଟଣାରେ ରାଜ୍ୟ ସରକାରଙ୍କ ସହାୟତା ଲୋଡ଼ିଛନ୍ତି ବିଷ୍ଣୁଙ୍କ ପରିବାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା