Masthead

ଆତଙ୍କବାଦୀଙ୍କୁ ଛାଡ଼ିବୁ ନାହିଁ: ବାଇଡେନ

(ବଡ଼ ଖବର ବ୍ୟୁରୋ): କାବୁଲ ଏୟାରପୋର୍ଟରେ ସିରିଜ୍ ବିସ୍ଫୋରଣ । ଗୁରୁବାର ଏୟାରପୋର୍ଟ ଗେଟ୍ ନିକଟରେ ବଡ଼ ଧରଣର ବିସ୍ଫୋରଣ ହୋଇଛି । ବିସ୍ଫୋରଣରେ ୪୦ ମୃତ ଓ ୧୨୦ରୁ ଅଧିକ ଗୁରୁତର ହୋଇଥିବା ସୂଚନା ମିଳିଛି । ବରୁଣ ହୋଟେଲ ଓ ତରାଜ ସେନା ନିକଟରେ ହୋଇଛି ବିସ୍ଫୋରଣ ।  ବିସ୍ଫୋରଣରେ ଥରିଲା ଆଫଗାନିସ୍ତାନ । ମୃତକଙ୍କ ମଧ୍ୟରେ ଅନେକ ଆମେରିକୀୟ ସୈନ୍ୟ ରହିଛନ୍ତି ।

ତେବେ କାବୁଲ ବିମାନବନ୍ଦର ବାହାରେ ହୋଇଥିବା ସିରିଜ୍ ବିସ୍ଫୋରଣରେ ଆମେରିକୀୟ ସୈନିକଙ୍କ ମୃତ୍ୟୁ ପରେ ରାଷ୍ଟ୍ରପତି ଜୋ ବାଇଡେନଙ୍କ କଡା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଆକ୍ରମଣ ପରେ ହ୍ୱାଇଟ ହାଉସରୁ ଏକ ସମ୍ବୋଧନରେ ଜୋ ବାଇଡେନ କହିଛନ୍ତି, ଆମେ ଆତଙ୍କବାଦୀଙ୍କୁ ଛାଡ଼ିବୁ ନାହିଁ । ସେମାନଙ୍କୁ ଖୋଜି ଖୋଜି ମାରିବୁ ।

କାବୁଲ ଆକ୍ରମଣକାରୀଙ୍କୁ ଚେତାବନୀ ଦେଇ ଆମେରିକା ରାଷ୍ଟ୍ରପତି କହିଛନ୍ତି ଯେ, ଆମେ ଆତଙ୍କବାଦୀଙ୍କୁ ସହଜରେ ଛାଡ଼ିବୁ ନାହିଁ । ଆମେ ଆଫଗାନିସ୍ତାନରୁ ଆମେରିକୀୟ ନାଗରିକଙ୍କୁ ଉଦ୍ଧାର କରିବୁ । ଆମେ ଆମର ସହଯୋଗୀଙ୍କୁ ବାହାର କରିବୁ । ଆମର ମିଶନ ଜାରି ରହିବ ବୋଲି ବାଇଡେନ ନିଜର ସମ୍ବୋଧନରେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ