Masthead

ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୭ ତାରିଖ ଯାଏ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଗୁରୁବାର ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୪ ତାରିଖରେ ବି ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୫, ୧୬ ଓ ୧୭ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ବିଭାଗ ଆକଳନ କରିଛି ।

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଏବେ ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ତେବେ ଏହା ଅବପାତରେ ପରିଣତ ହେବାର ବିଶେଷ ସମ୍ଭାବନା ନାହିଁ । ବୁଧବାର ରାତିରେ ରାଜଧାନୀ ସମେତ ରାଜ୍ୟର ବହୁ ସ୍ଥାନରେ ପ୍ରବଳ ବର୍ଷା ହୋଇଥିଲା । ପ୍ରାୟ ଅଧଘଣ୍ଟାର ବର୍ଷାରେ ଭୁବନେଶ୍ୱରର ତଳିଆ ଅଞ୍ଚଳ ଓ ରାସ୍ତାରେ ପାଣି ଜମିଥିବା ଦେଖିବାକୁ ମିଳିଥିଲା । ନିର୍ଧୁମ ବର୍ଷା ଢାଳିବାରୁ ବହୁ ସ୍ଥାନରେ ପାଣି ଜମିଥିଲା ।

ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ାରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ସେହିପରି ୧୫, ୧୬ ଓ ୧୭ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ବିଭାଗ ଆକଳନ କରିଛି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଏବେ ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି । ତେବେ ଏହା ଅବପାତରେ ପରିଣତ ହେବାର ବିଶେଷ ସମ୍ଭାବନା ନାହିଁ । ଆସନ୍ତା ୫ଦିନରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ସେନାପଟା ବାହୁଟ 🔴 ପୁଣି ମୁହାଁମୁହିଁ ଆମେରିକା-ଇରାନ 🔴 ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ପାଠ୍ୟପୁସ୍ତକ ତ୍ରୁଟି, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ 🔴 ବିଜେଡି ପାଇଁ ଘର ଭିତରେ ଫାଟ! 🔴 ତାମିଲନାଡୁ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି 🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ 🔴 ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ସେନାପଟା ବାହୁଟ 🔴 ପୁଣି ମୁହାଁମୁହିଁ ଆମେରିକା-ଇରାନ 🔴 ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ପାଠ୍ୟପୁସ୍ତକ ତ୍ରୁଟି, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ 🔴 ବିଜେଡି ପାଇଁ ଘର ଭିତରେ ଫାଟ! 🔴 ତାମିଲନାଡୁ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି 🔴 ଶଙ୍ଖ ଧରିଲେ ସୁଜାତା କାର୍ତ୍ତିକେୟନ 🔴 ସୁଜାତା ମିଶିବା ପରେ ବିଜେଡି ଦୁଇଫାଳ! 🔴 ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ 🔴 ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ