ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡରାଉଛି ଝଡ଼ବର୍ଷା । ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା । ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବା ନେଇ ସତର୍କତା । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ଉତ୍ତର, ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ପାଇଁ କୌଣସି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇନି ।
ଅନ୍ୟପଟେ ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଛି । ଗତକାଲି ବରଗଡ଼ର ଅଧିକାଂଶ ଅଞ୍ଚଳରୁ ବିଦାୟ ନେଇଛି ମୌସୁମୀ ବାୟୁ । ଏଥିସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାର କିଛି ଅଞ୍ଚଳରୁ ବି ପ୍ରତ୍ୟାବର୍ତ୍ତନ କରିଛି । ଆସନ୍ତା ଦୁଇରୁ ୩ ଦିନ ମଧ୍ୟରେ ପୂର୍ବ ଭାରତର ଆଉ କିଛି ଅଞ୍ଚଳରୁ ବି ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେଉଛି ।