Masthead

ଦିଲ୍ଲୀରେ, ୟୁପିରେ ବଦଳିଲା ପାଗ

ନୂଆଦିଲ୍ଲୀ(ବଡ଼ଖବର ବ୍ୟୁରୋ):କେରଳ,ମହାରାଷ୍ଟ୍ର,ହିମାଚଳ ପ୍ରଦେଶ ଏବଂ ଉତ୍ତର ପ୍ରଦେଶରେ ପ୍ରବଳ ବର୍ଷା ଜାରି ରହିଛି । ମୌସୁମୀ ସାରା ଦେଶରେ ପ୍ରବେଶ କରସାରିିଥିବାରୁ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ଚଳିତ ସପ୍ତାହ ଶେଷ ସୁଦ୍ଧା ଦିଲ୍ଲୀ ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ମୌସୁମୀ ଆସିବା ପରେ ଦକ୍ଷିଣ-ପଶ୍ଚିମର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିଲା । ଫଳରେ ପ୍ରଚଣ୍ଡ ଖରାରୁ ଆଶ୍ୱସ୍ତି ମିଳିଛି । ପାଣିପାଗ ବିଭାଗର ସୂଚନାନୁଯାୟୀ ଆଜି ମୁମ୍ବାଇର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଉତ୍ତରାଖଣ୍ଡର ଡେରାଡୁନ, ହରିଦ୍ୱାର, କୁମାଓନ ସମତଳ ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଦିଲ୍ଲୀରେ ମଧ୍ୟ ହାଲୁକା ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାବ୍ୟତୀତ ନଦୀ ଓ ଡ୍ରେନ କୂଳରେ ରହୁଥିବା ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ