Masthead

ଆହୁରି ୩ ଦିନ ଘନ କୁହୁଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଗାତର ୧୬ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ ହେଉଥିବାବେଳେ ଆହୁରି ୩ ଦିନ ବିଭିନ୍ନ ଜିଲାରେ ଏଭଳି ସ୍ଥିତି ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ସହ ସତର୍କ ସୂଚନା ଜାରି କରାଯାଇଛି। ଗୁରୁବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, ଗଞ୍ଜାମ, କେନ୍ଦୁଝରଗଡ଼, ନୟାଗଡ଼ ଓ ଅନୁଗୋଳ ଆଦି ଜିଲାରେ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ନୟାଗଡ଼ ଆଦି ଜିଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ପ୍ରଭାବ ରହିବ। ଅନ୍ୟପଟେ ଦିନରେ ଖରା ଓ ଗୁଳୁଗୁଳି ସାଧାରଣ ଜନଜୀବନକୁ ପ୍ରଭାବିତ କରୁଛି। ଗତ କିଛିଦିନ ଧରି ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି। ବୁଧବାର ମାଲକାନଗିରି ଓ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି।ବୁଧବାର ମାଲକାନଗିରି ଓ ବଲାଙ୍ଗିରରେ ତାତି ସବୁଠୁ ଅଧିକ ୩୬ ଡିଗ୍ରୀ ରେକର୍ଡ ହୋଇଛି ।

ସମ୍ବଲପୁର, ହୀରାକୁଦ ଓ ଝାରସୁଗୁଡ଼ାରେ ୩୫.୯, ଭବାନୀପାଟଣା ଓ ସୁନ୍ଦରଗଡ଼ରେ ୩୫.୫, ସୋନପୁରରେ ୩୫.୨, ଅନୁଗୁଳରେ ୩୫.୧ ଓ ପାରଳାଖେମୁଣ୍ଡିରେ ୩୫ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ୱର, ତାଳଚେର ଓ ବୌଦ୍ଧରେ ୩୩.୮, କୋରାପୁଟରେ ୩୩.୨, ଫୁଲବାଣୀରେ ୩୨.୯, ଯାଜପୁରରେ ୩୨.୮, ବାରିପଦାରେ ୩୨.୬, ଛତ୍ରପୁରରେ ୩୨.୭, କେନ୍ଦୁଝରରେ ୩୨.୩, କଟକ ଓ ପୁରୀରେ ୩୧.୮, ଦାରିଙ୍ଗିବାଡ଼ିରେ ୩୧.୫ଡିଗ୍ରୀ ରେକର୍ଡ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ