Masthead

୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ବଢ଼ିବ । ଏହା ପ୍ରଭାବରେ ଘଡ଼ଘଡ଼ି ସହିତ ଅଧିକ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ସହିତ ପବନର ଝଟ୍‌କା ୬୦କିମି ଯାଏ ଯାଇପାରେ । ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି । ୨୦ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ଜାରି ରହିବ । ୨୧ ତାରିଖରେ କାଳବୈଶାଖୀ ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଓ ନବରଙ୍ଗପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ବୋହିବ ।

ପବନର ଝଟ୍‌କା ୬୦ କିମି ବି ଛୁଇଁଯିବ ବୋଲି ପୂର୍ବାନୁମାନ ରହିଛି । ସେହିଭଳି ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି କନ୍ଧମାଳ ଓ ସୁନ୍ଦରଗଡ଼ରେ ମଧ୍ୟ ବର୍ଷା ହୋଇପାରେ । ୨୨ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ