୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ବଢ଼ିବ । ଏହା ପ୍ରଭାବରେ ଘଡ଼ଘଡ଼ି ସହିତ ଅଧିକ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ସହିତ ପବନର ଝଟ୍‌କା ୬୦କିମି ଯାଏ ଯାଇପାରେ । ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି । ୨୦ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ଜାରି ରହିବ । ୨୧ ତାରିଖରେ କାଳବୈଶାଖୀ ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଓ ନବରଙ୍ଗପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ବୋହିବ ।

ପବନର ଝଟ୍‌କା ୬୦ କିମି ବି ଛୁଇଁଯିବ ବୋଲି ପୂର୍ବାନୁମାନ ରହିଛି । ସେହିଭଳି ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି କନ୍ଧମାଳ ଓ ସୁନ୍ଦରଗଡ଼ରେ ମଧ୍ୟ ବର୍ଷା ହୋଇପାରେ । ୨୨ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।
।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ