Masthead

ଫେରିଲା ଶୀତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟକୁ ଫେରିଛି ଶୀତ । ଗତ ସପ୍ତାହରେ ରାଜ୍ୟରେ ଅସହ୍ୟ ତାତି ଦେଖିବାକୁ ମିଳିଥିଲା । ଶୀତ ସମୟରେ ଏଭଳି ତାତି ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ । ଗୁରୁଚାପ କାରଣରୁ ଏଭଳି ହେଉଛି ବୋଲି ଜଣାପଡିଥିଲା । ମାତ୍ର ଏବେ ପୁଣି ରାଜ୍ୟକୁ ଶୀତ ଫେରିଛି । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଥିଲା । ଆଜି ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଥିଲା । ଗତ ୨୪ ଘଣ୍ଟାରେ ରାଜ୍ୟର ୯ଟି ସ୍ଥାନରେ ତାପମାତ୍ରା ୧୧ ଡିଗ୍ରୀ ସେଲସିୟସ ତଳେ ରହିଛି । ଫୁଲବାଣୀରେ ସର୍ବନିମ୍ନ ୫ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । ଏହାସହ ଉପକୂଳ ଓଡିଶାରେ ତାପମାତ୍ରା ସ୍ୱଭାବିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ