Masthead

ଫେରିଲା ଶୀତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟକୁ ଫେରିଛି ଶୀତ । ଗତ ସପ୍ତାହରେ ରାଜ୍ୟରେ ଅସହ୍ୟ ତାତି ଦେଖିବାକୁ ମିଳିଥିଲା । ଶୀତ ସମୟରେ ଏଭଳି ତାତି ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ । ଗୁରୁଚାପ କାରଣରୁ ଏଭଳି ହେଉଛି ବୋଲି ଜଣାପଡିଥିଲା । ମାତ୍ର ଏବେ ପୁଣି ରାଜ୍ୟକୁ ଶୀତ ଫେରିଛି । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଥିଲା । ଆଜି ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଥିଲା । ଗତ ୨୪ ଘଣ୍ଟାରେ ରାଜ୍ୟର ୯ଟି ସ୍ଥାନରେ ତାପମାତ୍ରା ୧୧ ଡିଗ୍ରୀ ସେଲସିୟସ ତଳେ ରହିଛି । ଫୁଲବାଣୀରେ ସର୍ବନିମ୍ନ ୫ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି । ଏହାସହ ଉପକୂଳ ଓଡିଶାରେ ତାପମାତ୍ରା ସ୍ୱଭାବିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା