Masthead

ରାଜ୍ୟରେ ଜାରି ରହିଛି ଶୀତ ଲହରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ । ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ରାତିର ତାପମାତ୍ରା ସ୍ୱାଭାବିକଠାରୁ କମ୍ ହୋଇଛି । ଏଭଳି ସ୍ଥିତି ଆହୁରି ୪ ଦିନ ରହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଆଗାମୀ କିଛି ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତନ ହେବ ନାହିଁ । ଡିସେମ୍ବର ୨୯ ସକାଳ ପର୍ଯ୍ୟନ୍ତ ନୟାଗଡ଼, କୋରାପୁଟ, ମୟୂରଭଞ୍ଜ, କଳାହାଣ୍ଡି, କଟକ, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢ଼େଙ୍କାନାଳ, ସୁନ୍ଦରଗଡ ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ।

ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ଅଧିକ ଥିବାବେଳେ ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହୋଇଯାଇଛି । ଫଳରେ ସକାଳୁ ଲୋକମାନଙ୍କର ଘରୁ ବାହାରିବା ମଧ୍ୟ ଏକପ୍ରକାର ବନ୍ଦ ହୋଇଯାଇଛି । ତେବେ କିଛି ସ୍ଥାନରେ ସକାଳ ସମୟରେ କୁହୁଡି ଯୋଗୁଁ ଯାତାୟତରେ ବାଧା ଦେଖାଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ