Masthead

ବିଜୁଳି, ଘଡ଼ଘଡ଼ି ସହ ବଢ଼ିବ ବର୍ଷା ପରିମାଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ବିଜୁଳି, ଘଡ଼ଘଡ଼ି ସହ ବଢ଼ିବ ବର୍ଷା ପରିମାଣ । ଦକ୍ଷିଣ ଓଡ଼ିଶାରେ ୪୦ କିମି ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟର କିଛି ଜିଲ୍ଲାରେ ଜାରି ରହିଛି କାଳବୈଶାଖୀ ତାଣ୍ଡବ । କିଛି ଜିଲ୍ଲାରେ ବର୍ଷା, ପବନ ହେଉଥିବା ବେଳେ କିଛି ଜିଲ୍ଲା ପ୍ରଚଣ୍ଡ ଖରା ମଧ୍ୟ ହେଉଛି । ତେବେ ରାଜ୍ୟରେ ୯ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା  ସମେତ ପ୍ରଭାବିତ ହେବ ଦକ୍ଷିଣ ଓଡ଼ିଶା । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର ଏକ ଟ୍ରପ୍ ଲାଇନ୍ ସମୁଦ୍ର ପତ୍ତନ ଠାରୁ ୦.୯ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି ।

ଯାହାର ପ୍ରଭାବରେ ଆଜିଠୁ ପୁଣି ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ବିଜୁଳି ଘଡ଼ଘଡ଼ି ବର୍ଷା ସହ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବ । ଏଥିପାଇଁ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୧୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କାଲି ଘଡଘଡି ବିଜୁଳି ସମେତ ବର୍ଷାପବନ ପାଇଁ ୧୦ ଜିଲ୍ଲା ଏବଂ ପବନ ସମେତ ବଜ୍ରପାତ ପାଇଁ ୧୩ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼