ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଅବପାତରେ ପରିଣତ ହେଲା ଲଘୁଚାପ । ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ଟ୍ୱିନ ସିଟିରେ ସକାଳୁ ପାଗ ମେଘୁଆ ରହିଛି । ଭୁବନେଶ୍ୱରରେ ଝିପ ଝିପ ବର୍ଷା ମଧ୍ୟ ଆରମ୍ଭ ହୋଇଗଲାଣି । ସେହିପରି ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ନବରଙ୍ଗପୁର, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଓ କଟକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ବାଲେଶ୍ବର, ମୟୂରଭଞ୍ଜ, ଜୟପୁରରେ ବର୍ଷା ହେବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ୪୦ ରୁ ୫୦ କିମି ବେଗରେ ପବନ ବହିବ । ତେଣୁ ଆସନ୍ତାକାଲି ଯାଏ ଓଡ଼ିଶା ଉପକୂଳ ଓ ତାର ଆଖପାଖକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି । ସମସ୍ତ ୪ ଟି ବନ୍ଦରରେ ୧ ନମ୍ବର ବିପଦ ସଂକେତ ଜାରି ହୋଇଛି ।
ଲଘୁଚାପ ଗଭୀର ଅବପାତର ରୂପ ନେଇ ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତି କରିବ । ପରେ ଉତରପଶ୍ଚିମ ଦିଗରେ ଗତି କରି ଆଜି ପଶ୍ଚିମକେନ୍ଦ୍ରୀୟ-ବଙ୍ଗୋପସଗର ପାଶ୍ୱର୍ବର୍ତ୍ତୀ ଆନ୍ଧ୍ର ଉପକୂଳମୁହାଁ ହୋଇ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ପରବର୍ତୀ ସମୟରେ ଏହା ଦିଗ ପରିବର୍ତନ ସହ ଉତର-ଉତର-ପୂର୍ବ ଦିଗରେ ଗତି ୧୭ ତାରିଖ ବେଳକୁ ଉତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆଜି ଏବଂ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପୁରୀ, ଜଗତସିଂହପୁର, ଗଞ୍ଜାମ, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଖୋର୍ଦ୍ଧା, ଭଦ୍ରକ, ଯାଜପୁର, ବାଲେଶ୍ୱର, ଗଜପତି, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଜିଲ୍ଲାରେ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୭ ତାରିଖରୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଏବେ ଯେପରି ଶୀତ ଜାରି ରହିଛି, ଆଗାମୀ ୪ରୁ ୫ ଦିନ ଏପରି ଶୀତ ଅନୁଭୂତ ହେବଫଳରେ ୧୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି ।