ଏବେ କମିବନି ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏବେ କମିବନି ଶୀତ । ଆହୁରି ୪ରୁ ୫ ଦିନ ଯାଏ ଥରାଇବ ଜାଡ଼ । ୨ ଦିନ ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ଆଲର୍ଟ । ଆସନ୍ତା ଦୁଇ ଦିନ କୁହୁଡ଼ି ପ୍ରଭାବ ରହିବ । ୧୯ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖା ଦେଇପାରେ । ୨୦ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ବି କୁହୁଡ଼ି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ସେପଟେ ଜି ଉଦୟଗିରିରେ ପାରଦ ୫ ଡିଗ୍ରୀ ସେଲସିୟସ୍‌କୁ ଖସିଛି । ଶୁକ୍ରବାର ଏଠାରେ ପାରଦ ୬ ଡିଗ୍ରୀ ଥିବାବେଳେ ଏହା ପୁଣି କମିଛି । ଦାରିଙ୍ଗିବାଡ଼ି ଓ ଫୁଲବାଣୀରେ ୮ ଡିଗ୍ରୀ, ଅନୁଗୁଳରେ ୧୦, ରାଉରକେଲାରେ ୧୦.୫, ଭବାନୀପାଟଣା ଓ କୋରାପୁଟରେ ୧୧, କେନ୍ଦୁଝରରେ ୧୧.୨, ନୟାଗଡ଼ରେ ୧୨.୪ ଡିଗ୍ରୀ ରହିଛି । ଆସନ୍ତା ୪ରୁ ୫ ଦିନ ଯାଏ ଶୀତ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’