Masthead

ଟ୍ୱିନ ସିଟିରେ ଘନ କୁହୁଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି। ୧୦୦ ମିଟର ଆଗକୁ ରାସ୍ତା ଦେଖାଯାଉନି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗଞ୍ଜାମ, ଗଜପତି, କଳାହାଣ୍ଡି ସମେତ ୬ ଜିଲାକୁ କୁହୁଡ଼ି ପାଇଁ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ରବିବାର ଠାରୁ ଶୀତ କମିପାରେ । ପାରଦ ୨ରୁ ୪ ଡିଗ୍ରୀ ବଢ଼ିବା ଯୋଗୁ ଶୀତର ପ୍ରକୋପ କମିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଗୁରୁବାର ଜି.ଉଦୟଗିରିରେ ରାତି ତାପମାତ୍ରା ୫.୪ ଡିଗ୍ରୀ ଥିଲା ।

ଫୁଲବାଣୀରେ ୭.୫, ରାଉରକେଲାରେ ୭.୯, ଦାରିଙ୍ଗିବାଡ଼ିରେ ୯, ସୁନ୍ଦରଗଡ଼ରେ ୯.୧, ଅନୁଗୁଳ ଓ କେନ୍ଦୁଝରରେ ୯.୬, ଭବାନୀପାଟଣା ଓ ବଲାଙ୍ଗିରରେ ପାରଦ ୧୦ଡିଗ୍ରୀ ରହିଥିଲା। ଶନିବାର ଫୁଲବାଣୀରେ ରାତି ତାପମାତ୍ରା ୮ ଡିଗ୍ରୀ ଓ ରାଉରକେଲାରେ ୯ ଡିଗ୍ରୀ ରହିବ ବୋଲି ଆକଳନ କରାଯାଇଛି । ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ରବିବାର ମଧ୍ୟ ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୪ରୁ ୧୫ ଡିଗ୍ରୀ ରହିବ । ରବିବାର ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ପୁରୀରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ