Masthead

୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) ବର୍ଷା ସହ ଘଡ଼ଘଡ଼ି । ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ସେହିପରି ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା ଜାରି ରହିଛି । ବିଜୁଳି ଘଡ଼ଘଡ଼ି ସହ ତୁହାକୁ ତୁହା ବର୍ଷା ଲାଗି ରହିଛି । କଟକ ଓ ଭୁବନେଶ୍ୱର ସହିତ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି । ବିଜୁଳି ଘଡ଼ଘଡି ସହ ବର୍ଷା ଲାଗି ରହିବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି । ଖୋର୍ଦ୍ଧା, ନୟାଗଡ଼, ପୁରୀ, ଜଗତସିଂହପୁର, କଟକ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ହୋଇଛି ।

ପାଣିପାଗ ବିଭାଗ ପକ୍ଷରୁ ଆଜି ୯ଟି ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧ। ଗତକାଲି କାଳବୈଶାଖୀ ପ୍ରଭାବରେ ରାଜଧାନୀ ସମେତ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। କାଳବୈଶାଖୀ ତାଣ୍ଡବରେ ଝଡ଼ ତୋଫାନ ସହ କୁଆ ପଥର ମାଡ଼ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ