ଆଗକୁ ବଢ଼ିବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କିଛି ଦିନ ପରେ ଶୀତ ପୁଣି ବଢ଼ିଛି । ମଙ୍ଗଳବାର ରାତିରେ ଜି. ଉଦୟଗିରି, ଦାରିଙ୍ଗବାଡ଼ି, ଚିପିଲିମା, ଫୁଲବାଣୀ, ବୌଦ୍ଧ ଓ ସୋନପୁର ଭଳି ସ୍ଥାନର ରାତି ତାପମାତ୍ରା ଖସିଛି । ଦିନକରେ ଜି. ଉଦୟଗିରିରେ ପାରଦ ପ୍ରାୟ ୫ ଡିଗ୍ରୀ କମିଛି । ଦାରିଙ୍ଗିବାଡ଼ିରେ ପ୍ରାୟ ୨.୫ ଡିଗ୍ରୀ, ଫୁଲବାଣୀରେ ୧.୫ ଡିଗ୍ରୀ, ଭୁବନେଶ୍ୱରରେ ୪ ଡିଗ୍ରୀ, କଟକରେ ୩ ଡିଗ୍ରୀ ଖସିଯାଇଛି । ଆଗକୁ ଶୀତ ବଢ଼ିବ ସହ କୁହୁଡ଼ି ବି ବଢ଼ିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଆଗାମୀ ୪ ଦିନରେ ପାରଦ ୪ ଡିଗ୍ରୀ କମିଯିବ ।

ଆସନ୍ତା ୭ ତାରିଖ ରାତିରେ ମଧ୍ୟ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶା ଓ କେନ୍ଦ୍ରୀୟ ଓଡ଼ିଶାରେ ରାତି ତାପମାତ୍ରା ଆଉ ୧ ଡିଗ୍ରୀ କମିପାରେ । କିନ୍ତୁ ୮ ତାରିଖ ରାତିରେ ବହୁ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧ରୁ ୨ ଡିଗ୍ରୀ ବଢ଼ିବ । ୯ ତାରିଖରୁ ପୁଣି ତାପମାତ୍ରା ଖସିବ ଓ ଶୀତ ଜାରି ରହିବ । ୫ ଓ ୯ ତାରିଖରେ ଘନ କୁହୁଡ଼ି ଦେଖାଦେବ ବୋଲି ସେ ପୂର୍ବାନୁମାନ କରିଛନ୍ତି । ପାଣିପାଗ କେନ୍ଦ୍ରର ଆକଳନ କହୁଛି, ଆସନ୍ତା ଦୁଇ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିପାରେ। ଗୁରୁବାର ଫୁଲବାଣୀ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ରାଉରକେଲା, ସୁନ୍ଦରଗଡ଼, ନବରଙ୍ଗପୁର, କୋରାପୁଟ, କେନ୍ଦୁଝରରେ ରାତି ତାପମାତ୍ରା କମ୍ ରହିବ । ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗିର ଓ ସୋନପୁରରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!