Masthead

ପୁଣି ଥରାଇବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୩ ଓ ୧୪ ତାରିଖରେ ପୁଣି ଥରାଇବ ଶୀତ । ଶନିବାର ରାତିରେ ଶୀତ କମିଥିଲା । ରବିବାର ବି ଶୀତ କମ୍ ରହିଛି କିନ୍ତୁ ମଙ୍ଗଳବାର ଓ ବୁଧବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାରଦ ପୁଣି ତଳମୁହାଁ ହେବ । ଅଧିକ ଶୀତ ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ରବିବାର ରାତି ସୁଦ୍ଧା ଆଭ୍ୟନ୍ତରୀଣ ଓଡ଼ିଶାର ଆକାଶ ମେଘମୁକ୍ତ ରହିଛି । ସୋମବାର ସକାଳ ସୁଦ୍ଧା ଉପକୂଳ ଓଡ଼ିଶା ବି ମେଘମୁକ୍ତ ହୋଇଯିବ । ଆକାଶ ମେଘମୁକ୍ତ ହେବା ପରେ ଶୀତ ପୁଣି ବଢ଼ିବ  ।

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଆସନ୍ତା ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ କମିପାରେ । ଏହା ଶୀତ ବଢ଼ାଇବ । ତେବେ ଶନିବାର ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୬.୫ ଡିଗ୍ରୀ ଥିଲା । ଫୁଲବାଣୀରେ ୭, ରାଉରକେଲାରେ ୮, ଝାରସୁଗୁଡ଼ାରେ ୮.୩, ନବରଙ୍ଗପୁରରେ ୮.୫, ଜି ଉଦୟଗିରିରେ ପାରଦ ୯.୪ ଡିଗ୍ରୀ ଥିଲା । ଆକାଶକୁ ବାଦଲ ଘେରି ରହିଥିବାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ଉପରମୁହାଁ ହେବାରୁ ଶୀତ କମିଯାଇଥିଲା । ରାଜଧାନୀରେ ଶୁକ୍ରବାର ରାତିରେ ପାରଦ ୧୦.୨ ଡିଗ୍ରୀ ଥିଲା । ଶନିବାର ଏହା ୧୭ କୁ ବଢ଼ିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା