ପୁଣି ଥରାଇବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୩ ଓ ୧୪ ତାରିଖରେ ପୁଣି ଥରାଇବ ଶୀତ । ଶନିବାର ରାତିରେ ଶୀତ କମିଥିଲା । ରବିବାର ବି ଶୀତ କମ୍ ରହିଛି କିନ୍ତୁ ମଙ୍ଗଳବାର ଓ ବୁଧବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାରଦ ପୁଣି ତଳମୁହାଁ ହେବ । ଅଧିକ ଶୀତ ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ରବିବାର ରାତି ସୁଦ୍ଧା ଆଭ୍ୟନ୍ତରୀଣ ଓଡ଼ିଶାର ଆକାଶ ମେଘମୁକ୍ତ ରହିଛି । ସୋମବାର ସକାଳ ସୁଦ୍ଧା ଉପକୂଳ ଓଡ଼ିଶା ବି ମେଘମୁକ୍ତ ହୋଇଯିବ । ଆକାଶ ମେଘମୁକ୍ତ ହେବା ପରେ ଶୀତ ପୁଣି ବଢ଼ିବ  ।

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଆସନ୍ତା ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ କମିପାରେ । ଏହା ଶୀତ ବଢ଼ାଇବ । ତେବେ ଶନିବାର ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୬.୫ ଡିଗ୍ରୀ ଥିଲା । ଫୁଲବାଣୀରେ ୭, ରାଉରକେଲାରେ ୮, ଝାରସୁଗୁଡ଼ାରେ ୮.୩, ନବରଙ୍ଗପୁରରେ ୮.୫, ଜି ଉଦୟଗିରିରେ ପାରଦ ୯.୪ ଡିଗ୍ରୀ ଥିଲା । ଆକାଶକୁ ବାଦଲ ଘେରି ରହିଥିବାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ଉପରମୁହାଁ ହେବାରୁ ଶୀତ କମିଯାଇଥିଲା । ରାଜଧାନୀରେ ଶୁକ୍ରବାର ରାତିରେ ପାରଦ ୧୦.୨ ଡିଗ୍ରୀ ଥିଲା । ଶନିବାର ଏହା ୧୭ କୁ ବଢ଼ିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!