Masthead

ଆଜି ବି ଆକାଶରୁ ହେବ ନିଆଁ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତତଲା ତାୱାରେ ଭାଜି ହେଉଛି ଓଡ଼ିଶା । ତାତି ମିଳୁନି ତ୍ରାହି । ଆଜି ବି ଆକାଶରୁ ହେବ ନିଆଁ ବର୍ଷା । କଲବଲ କରିବ ଖରା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଆଜି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଂଜ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର ଓ ମାଲକାନଗିରି ଜିଲ୍ଲା ପାଇଁ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ହେଲେ ଆସନ୍ତାକାଲିଠାରୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାଗ ବଦଳିବ । ବଙ୍ଗୋପସାଗରରେ ଗୁରୁଚାପ ଯୋଗୁ ଦକ୍ଷିଣା ପବନ ବହିବ । କାଳବୈଶାଖୀ ବର୍ଷା ସହିତ ବିଜୁଳି, ଘଡ଼ଘଡ଼ି ଓ ପବନ ବହିବାର ସମ୍ଭାବନା ରହିଛି । ଗତକାଲି ରାଜଧାନୀ ଭୁବନେଶ୍ୱରରେ ଦିନର ସର୍ବାଧିକ ୪୩ ଦଶମିକ ୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ଯାହାକି ଚଳିତ ବର୍ଷର ସର୍ବାଧିକ ତାପାମାତ୍ରା । ୪୦ଡିଗ୍ରୀ ଉପରେ ୨୫ଟି ସହର ରହିଥିବା ବେଳେ ସର୍ବାଧିକ ତାପମାତ୍ରା ରହିଥିଲା ଭୁବନେଶ୍ୱରରେ ।

ପାରଳାଖେମୁଣ୍ଡିରେ ୪୨ଦଶମିକ ୬, ତାଳଚେର ୪୨ଦଶମିକ ୪, ମାଲକାନଗିରି ଓ ବୌଦ୍ଧରେ ୪୨ଦଶମିକ ୨ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଅନୁଗୁଳରେ ୪୨ଦଶମିକ ୧ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗୀର, ଟିଟିଲାଗଡ଼ ଓ ନୟାଗଡ଼ରେ ତାପମାତ୍ରା ୪୨ଡିଗ୍ରୀ ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ