ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୭ ତାରିଖ ଯାଏ ପ୍ରବଳ ବର୍ଷା । ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଏଭଳି ଆଶା ଦେଖାଇଛି । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା । ୩ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ମୌସୁମୀ ସକ୍ରିୟ ହେବ । ଗୁରୁବାର ଠାରୁ ଲଗାଣ ବର୍ଷା ଚାଲିବ । ମୟୂରଭଞ୍ଜ ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ । ୩ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ୪ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଭଲ ବର୍ଷା ହେବ । ୫ ତାରିଖରେ ଏହି ସବୁ ସ୍ଥାନ ସମେତ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ୭ ତାରିଖ ଯାଏ ବର୍ଷା ଜାରି ରହିବ ।
